www.samajalive.in
Sunday, December 7, 2025
14.1 C
Bhubaneswar

ଜୀ-ସାର୍ଥକ ‘ଦିଦି ନମ୍ବର ୧’ ;ବାଜି ମାରିଲେ କଳାହାଣ୍ଡିର ତୁଲାସା ନାୟକ

ଭୁବନେଶ୍ୱର : ଓଡ଼ିଶାର ଘରେ ଘରେ ପରିଚିତ, ରାଜ୍ୟର ୧ ନମ୍ବର ମନୋରଞ୍ଜନ ଚ୍ୟାନେଲ୍‌ ଜୀ ସାର୍ଥକର ଗୋଟିଏ ପରେ ଗୋଟିଏ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ ଦର୍ଶକଙ୍କ ମନ ଜିତିଛି । କେବଳ ଧାରାବାହିକ ନୁହେଁ ବରଂ ରିଏଲିଟି ସୋ ମାଧ୍ୟମରେ ମଧ୍ୟ ସଫଳତାର ସହ ଆଗକୁ ବଢି ଚାଲିଛି। ସମ୍ପୂର୍ଣ ଓଡିଆ ଜାତି ଓ ଆମ ରାଜ୍ୟର ପ୍ରଥା, ପରମ୍ପରାକୁ ନେଇ ଓଡ଼ିଶାର ଲୋକପ୍ରିୟ ଅଭିନେତ୍ରୀ ଲିପିଙ୍କ ଉପସ୍ଥାପନାରେ ‘ଦିଦି ନମ୍ବର ୧’ ଦର୍ଶକଙ୍କ ଭଲ ପାଇବା ସାଉଁଟିଛି ଓ ପହଞ୍ଚିଛି ଯାକପଟ ରାଉଣ୍ଡରେ ଯାହାର ପ୍ରଥମ ବିଜେତା ହୋଇଛନ୍ତି କଳାହାଣ୍ଡିର ତୁଲାସା ନାୟକ।

‘ଦିଦି ନମ୍ବର ୧’ ର ଏହି ସିଜିନର ପ୍ରଥମ ବିଜେତା ହୋଇଛନ୍ତି କଳାହାଣ୍ଡି ଜିଲ୍ଲାର ତୁଲାସା ନାୟକ । ଓଡ଼ିଶାର ୬ଟି ଜିଲ୍ଲାର ୬ ଜଣ ପ୍ରତିଯୋଗୀ ଥିଲେ। ଏହି ରିଏଲିଟି ସୋର ଫିନାଲେରେ ସମସ୍ତଙ୍କୁ ପଛରେ ପକାଇ ବିଜୟୀ ହୋଇଥିଲେ ତୁଲାସା । ଅଡିସନ ମାଧ୍ୟମରେ ଆସିଥିବା ନାରୀ ମାନେ ନିଜର କର୍ମମୟ ଓ ଗତିଶୀଳ ଜୀବନକୁ ଏହି ମଞ୍ଚରେ ପରିପ୍ରକାଶ କରିଥିଲେ, ଯାହା ସେମାନଙ୍କୁ ଦେଇଛି ଏକ ସ୍ବତନ୍ତ୍ର ପରିଚୟ । ଦର୍ଶକ ଏବଂ ପ୍ରତିଯୋଗୀଙ୍କ ଦ୍ୱାରା ବହୁଳ ଭାବରେ ଆଦୃତ ‘ଦିଦି ନମ୍ବର-୧’ ରିଅଲିଟି ସୋର ଏହି ସିଜନରେ, ନୂଆ ନୂଆ ଖେଳ ସହ ଆହୁରି ଅଧିକ ମଜାଦାର ହୋଇଛି ଓ ପ୍ରତିଯୋଗୀମାନଙ୍କ ପାଇଁ ଅଧିକ ଆକର୍ଷଣୀୟ ଉପହାର ମଧ୍ୟ ନେଇ ଆସିଛି।

- Advertisement -

ନିଜର ଚୁଲବୁଲି ଅନ୍ଦାଜ ସହ ଲିପି ମହାପାତ୍ର ଏହାର ଉପସ୍ଥାପନା ଜାରି ରଖିଛନ୍ତି ଓ ପ୍ରତିଯୋଗୀଙ୍କ ମନ ଜିତିଛନ୍ତି ବୋଲି ସବୁ ସମୟରେ ପ୍ରତିଯୋଗୀମାନେ କହିଛନ୍ତି । ‘ପରିବାର ଓ ଦାୟିତ୍ୱ ମଧ୍ୟରେ ସବୁବେଳେ ଛନ୍ଦି ହୋଇ ରହୁଥିବା ମହିଳାମାନଙ୍କ ଆତ୍ମବିଶ୍ୱାସ ବଢାଇବା ପାଇଁ ଏହି କାର୍ଯକ୍ରମ ଏକ ବଡ଼ ମାଧ୍ୟମ ହୋଇଛି ବୋଲି ଜୀ ସାର୍ଥକର ଚିଫ୍ ଚ୍ୟାନେଲ ଅଫିସର ଶ୍ରୀ ପ୍ରତୀକ ସିଲ୍ କହିଛନ୍ତି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories