www.samajalive.in
Saturday, December 6, 2025
26.1 C
Bhubaneswar

ବସ୍ତିରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ସ୍ଵାମୀ ଅଟକ

ଭୁବନେଶ୍ଵର : ରାଜଧାନୀ ଭୁବନେଶ୍ଵରରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ୟୁନିଟ୍-୪ ରାମପୁର ବସ୍ତିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ମୃତକ ସ୍ଵର୍ଣ୍ଣଲତା ମଣ୍ଡଳ ବୋଲି ଜଣାପଡିଛି। ସୂଚନା ଅନୁସାରେ ସ୍ଵର୍ଣ୍ଣଲତା ଏବଂ ତାଙ୍କ ସ୍ଵାମୀ ଗତ କିଛି ଦିନ ହେବ ରାମପୁର ବସ୍ତିରେ ଘର ଭଡା ନେଇ ରହୁଥିଲେ। ଶନିବାର ରାତିରେ ସ୍ଵର୍ଣ୍ଣଲତା ଘରେ ଶୋଇଥିଲେ। ହେଲେ ଆଜି ସକାଳୁ ତାଙ୍କର ମୃତଦେହ ମିଳିଛି। ସ୍ତ୍ରୀ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ସ୍ଵାମୀ ପୁଲିସକୁ ଜଣାଇଥିବାବେଳେ ମୃତକଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି। ପରେ ଖବର ପାଇ ଖାରବେଳନଗର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଚଳାଇଛି। ଦୁଇ ଦିନ ତଳେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories