www.samajalive.in
Friday, December 5, 2025
27.1 C
Bhubaneswar

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭୁବନେଶ୍ବର: ଭୁବନେଶ୍ଵର ଉପକଣ୍ଠ ବିରିବନ୍ଧ ଅଞ୍ଚଳରେ ଥିବା ଏକ ମଶାଣି ନିକଟରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଏୟାରଫିଲ୍ଡ ଅଞ୍ଚଳର ଜିତୁ ବେହେରା ବୋଲି ଜଣାପଡିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଗତକାଲି ୩ ଜଣ ଯୁବକ ଏକ ବାଇକରେ ମଣାଣୀ ଆଡକୁ ଯାଇଥିଲେ। ହେଲେ ଫେରିବା ସମୟରେ ଦୁଇ ଜଣ ଫେରିଥିଲେ। ଆଜି ସକାଳୁ ମଣାଣି ନିକଟରୁ ଝୁଲନ୍ତା ଅବସ୍ଥାରେ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ପରେ ଖବର ପାଇ ଏୟାର ଫିଲ୍ଡ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories