www.samajalive.in
Friday, December 5, 2025
27.1 C
Bhubaneswar

ମୋଟର ସାଇକେଲକୁ ଧକ୍କା ଦେଲା ଅଟୋ: ଜଣେ ମୃତ, ଦୁଇ ଗୁରୁତର

ବାଲିଅନ୍ତା : ହଂସପାଳ-ଅଭୟମୁଖୀ ରାସ୍ତାର ପ୍ରତାପରୁଦ୍ରପୁର ପଞ୍ଚାୟତ ପାରିବାସୁଦେଇପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।ଗତକାଲି ବିଳମ୍ବିତ ରାତିରେ ଏକ ଅଟୋ ଏବଂ ମୋଟର ସାଇକେଲ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।  ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା। ଘଣ୍ଟାଏ ପର୍ଯ୍ୟନ୍ତ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ପରେ ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ୨ ଗୁରୁତରଙ୍କୁ ଚିକିତ୍ସା ଲାଗି ପଠାଇଥିଲା। ପରେ ପୁଲିସ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରାଇ ଗାଡ଼ି ଚଳାଚଳ ସ୍ୱାଭାବିକ କରିଥିଲା। ମୃତକ ଜୟଦେବ ପଞ୍ଚାୟତର ବାବାଜୀ ଭୋଇ ବୋଲି ଜଣାପଡିଛି। ମୋଟର ସାଇକେଲରେ ୩ ଜଣ ବ୍ୟକ୍ତି  ନାଇଟ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଖେଳିବାକୁ କଟକ ଯିବା ସମୟରେ ଏଭଳି ଅଘଟଣ ଘଟିଥିବା ଜଣାପଡିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories