www.samajalive.in
Friday, December 5, 2025
20.1 C
Bhubaneswar

ଅଳ୍ପକେ ବର୍ତ୍ତିଲେ ଓଡିଆ ଅଭିନେତ୍ରୀ

ଭୁବନେଶ୍ବର: ପଟିଆ ଛକରେ ଗାଈ କୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଓଡ଼ିଆ ଅଭିନେତ୍ରୀ ଲୁମରୈନା ଶତପଥୀ। ଦୁର୍ଘଟଣାରେ ଅଭିନେତ୍ରୀଙ୍କ ମୁହଁରେ ଆଘାତ ଲାଗିଥିବାବେଳେ ନାକରୁ ରକ୍ତ ବାହାରୁଥିବା ଭିଡିଓରେ ଦେଖିବାକୁ ମିଳିଛି। ଏବଂ ତାଙ୍କ କାରଟି ମଧ୍ୟ ଭାଙ୍ଗି ଯାଇଛି। ରାସ୍ତାରେ ବୁଲା ଗାଈ ଗୋରୁ ଥିବାରୁ ସେମାନଙ୍କୁ ସୁରକ୍ଷା ଦେବାକୁ ଯାଇ ସେ ଗାଡି ଅନ୍ୟ ଦିଗରେ ଚଲାଇ ନେବାକୁ ଚେଷ୍ଟା କରୁଥିଲେ। ତାଙ୍କ କାରଟି ଡିଭାଇଡର ଡେଇଁ ଏକ ଗଛରେ ପିଟି ହୋଇଯାଇଥିଲା।

ସେପଟେ ଅଭିନେତ୍ରୀ ଜଣକ ଆହତ ହୋଇଥିବା ବେଳେ ଗାଈଗୋରୁ କିନ୍ତୁ ସୁରକ୍ଷିତ ଅଛନ୍ତି । ଦୁର୍ଘଟଣାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଦୁର୍ଘଟଣା ପରେ ଏକ ଭିଡିଓ ଜାରି କରି ରାସ୍ତାରୁ ବୁଲା ଗାଈ ଗୋରୁଙ୍କୁ ହଟାଇ ସେମାନଙ୍କ ପାଇଁ ବ୍ୟବସ୍ଥା କରିବାକୁ ଅନୁରୋଧ କରିଛନ୍ତି ଅଭିନେତ୍ରୀ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories