www.samajalive.in
Monday, December 15, 2025
16.1 C
Bhubaneswar

ନିଶା ପାଇଁ ଟଙ୍କା ନଦେବାରୁ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଭୁବନେଶ୍ଵର : ଆଗକୁ ପାର୍ବଣ ଆସୁଥିବାବେଳେ ରାଜଧାନୀ ଭୁବନେଶ୍ଵରରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ଵର ସହିଦନଗର ଥାନା ତାରିଣୀ ବସ୍ତିରେ କିଛି ଦୁର୍ବୁତ୍ତ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ ହାଣିଛନ୍ତି। ଗୁରୁତର ଯୁବକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ ଗୁରୁତର ଯୁବକ ଜଣକ କିଛି ଦିନ ହେବ ନିଶା ସେବନ କରିବା ଛାଡି ଦେଇଥିଲେ। ହେଲେ ଗୁରୁବାର ତାରିଣୀ ବସ୍ତି ନିକଟରେ କିଛି ଦୁର୍ବୁତ୍ତ ତାଙ୍କୁ ଦେଖା ହୋଇ ନିଶା ସେବନ ପାଇଁ ଡାକିଥିଲେ। ଏବଂ କିଛି ଟଙ୍କା ମଧ୍ୟ ମାଗିଥିଲେ। ହେଲେ ଯୁବକ ଜନକ ସେମାନଙ୍କୁ ଟଙ୍କା ନଦେବାରୁ ଦୁର୍ବୁତ୍ତ ମାନେ ତାଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ। କିଛି ସ୍ଥାନୀୟ ଲୋକ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories