www.samajalive.in
Wednesday, December 10, 2025
23.1 C
Bhubaneswar

ଯୁବତୀଙ୍କୁ ପ୍ରେମ ପ୍ରତାରଣା; ବନ୍ଧା ହେଲେ ଏୟାର ଫୋର୍ସର ଯବାନ

ଭୁବନେଶ୍ବର: ମହଙ୍ଗା ପଡିଲା ଲଭ୍‌, ସେକ୍ସ ଆଉ ଧୋକା। ଯୁବତୀଙ୍କ ସହ ପ୍ରେମ ପ୍ରତାରଣା କରିଥିବା ଅଭିଯୋଗରେ ଏୟାର ଫୋର୍ସର ଜଣେ ଯବାନଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଯବାନ ଜଣକ ନୟାଗଡ ଇଟାମାଟି ଅଞ୍ଚଳର ଗୋଲକ ବିହାରୀ ଦୀକ୍ଷିତ ଓରଫ ଗୋପାଳ ବୋଲି ଜଣାପଡିଛି। ଗୋଲକ ବିହାରୀଙ୍କୁ ବଡଗଡ ଥାନା ପୁଲିସ୍‌ ଭୁବନେଶ୍ଵର ମାର୍କେଟ୍ ବିଲ୍ଡିଂ ଅଞ୍ଚଳରୁ ଗିରଫ କରିଛି। ସେ ଲଦାଖରେ କାର୍ଯ୍ୟରତ ଥିଲେ। ବଡଗଡ ଥାନା ଅଞ୍ଚଳରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ତାଙ୍କୁ ଗିରଫ କରାଯାଇଛି ।

ବିଜେବି କଲେଜରେ ପାଠ ପଢୁଥିବା ସମୟରେ ଅଭିଯୋଗକାରିଣୀଙ୍କ ସହ ଗୋଲକଙ୍କର ପ୍ରେମ ସମ୍ପର୍କଗଢି ଉଠିଥିଲା। ପରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ନିବିଡ଼ ହେବାରେ ଲାଗିଥିଲା । ପରେ ଗୋଲକ ବିହାରୀ ପ୍ରତାରିତ କରିଥିବା ବଡ଼ଗଡ଼ ଥାନାରେ ଅଭିଯୋଗ କରିଥିଲେ ପୀଡ଼ିତା । ଅଭିଯୋଗ ଆଧାରରେ ବଡ଼ଗଡ଼ ଥାନା ପୁଲିସ୍‌ ତାଙ୍କୁ ଗିରଫ କରିଛି । ବିଏନଏସ୍ ର ବିଭିନ୍ନ ଧାରାରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ଆସନ୍ତାକାଲି ଅଭିଯୁକ୍ତ ଜଣକ ଲଦାଖ ଯିବାକୁ ଯୋଜନା କରୁଥିବାବେଳେ ପୁଲିସ୍ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories