www.samajalive.in
Friday, December 5, 2025
17.1 C
Bhubaneswar

ପିଲାଙ୍କୁ ଦିଆଯିବ ସାଇବର ସୁରକ୍ଷା ଶିକ୍ଷା

ଭୁବନେଶ୍ୱର : ଓଡ଼ିଶାରେ ନ୍ୟାସନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡ଼ିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଲୋକସେବା ଭବନରେ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି। ବଢୁଥିବା ସାଇବର ଅପରାଧ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ। ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ। ଏହାଦ୍ବାରା ରାଜ୍ୟର ପୁଲିସ ଅଧିକାରୀମାନେ ସାଇବର ନିରାପତ୍ତା ଉପରେ ପ୍ରଶିକ୍ଷଣ ପାଇବାରେ ସୁବିଧା ହେବା ସହିତ ସାଇଣ୍ଟିଫିକ୍‌ ଅଫିସରମାନଙ୍କ ଆବଶ୍ୟକତା ପୂରଣ ହୋଇପାରିବ। ଏହାକୁ ଏକ ସେଣ୍ଟର ଅଫ ଏକ୍ସଲେନ୍‌ସ ଭାବରେ ବିକଶିତ କରାଯିବ ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି ଦିଲ୍ଲୀର ନିର୍ଦେଶିକା ପୁରବୀ ଫୋଖରିଆଲ, ଏନ୍‌.ଏଫ.ଏସ୍‌.ୟୁ, ତ୍ରିପୁରାର ନିର୍ଦେଶକ ଡ. ଏଚ୍‌. କେ. ପ୍ରତିହାରୀ ଏବଂ ଅନ୍ୟ ବିଶେଷଜ୍ଞମାନେ ବୈଠକରେ ଆଲୋଚନାରେ ଯୋଗ ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହାନିର୍ଦେଶକ ୱାଇ. ବି. ଖୁରାନିଆ, ଅତିରିକ୍ତ ପୁଲିସ ମହାନିର୍ଦେଶକ ଅରୁଣ ବୋଥ୍ରା ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories