www.samajalive.in
Monday, December 15, 2025
27.1 C
Bhubaneswar

ସିଏସ୍‌ଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ

ଭୁବନେଶ୍ୱର : ଆଜି ପୂର୍ବାହ୍ନରେ ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ  ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା, ବିଭାଗମାନଙ୍କରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ଯ୍ୟବେକ୍ଷଣ ସହିତ ସମ୍ପର୍କିତ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories