ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି। କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଛନ୍ତି। ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ୍ ଦେଇଥିଲେ।
Comments are closed.