www.samajalive.in
Sunday, December 7, 2025
14.1 C
Bhubaneswar

ଓଡ଼ିଶାର ଶାସନ ବ୍ୟବସ୍ଥାକୁ ନେଇ ଓଡ଼ିଆ ଉଦ୍ୟମୀଙ୍କ ଲିଖିତ କବିତା ପଢି ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଜଣେ ଓଡ଼ିଆ ଉଦ୍ୟମୀ ଶାକ୍ୟସିଂହ ମହାପାତ୍ରଙ୍କ ଦ୍ୱାରା ଓଡ଼ିଶାର ଶାସନ ଓ ସାମାଜିକ ବ୍ୟବସ୍ଥାକୁ ନେଇ ଲିଖିତ ଏକ କବିତା ପଢିବା ପରେ ଚିନ୍ତାବ୍ୟକ୍ତ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି , ଶ୍ରୀ ମହାପାତ୍ର କବିତା ମାଧ୍ୟମରେ ଓଡ଼ିଶାର ଶାସନ ଓ ସାମାଜିକ ବ୍ୟବସ୍ଥା ଉପରେ ଥିବା ନିଜର ଉଦବେଗ ଓ ଅଭିବ୍ୟକ୍ତିକୁ ପ୍ରକାଶ କରିଛନ୍ତି । ତାଙ୍କର ଏହି କବିତା ପଢିବା ପରେ ବ୍ୟାସକବି ଫକୀରମୋହନ ସେନାପତି ୧୯୦୮ ମସିହାରେ ତାଙ୍କ ‘ଅରଟ’ ପ୍ରବନ୍ଧରେ ଲେଖିଥିବା ଏକ ପଦ୍ୟ ମନେପଡିଲା । ଫକୀରମୋହନ ଲେଖିଥିଲେ “ଓଳି ତଳେ ଲୁଣ କୋଟିଏ ମହଣ, ଆଉ ମୋହ କଥା ଶୁଣ, ବୋଇଲେ କି ହେବ, ଖାଇବାକୁ ହେବ ଲିଭରୋପୁଲ୍‌ରୁ ଲୁଣ” । “ମାଞ୍ଚେଷ୍ଟର ତନ୍ତୀ ଲୁଗା ବୁଣୁଛନ୍ତି, ତୁମ୍ଭ ମାନଙ୍କ ସକାଶେ, ବୁଡୁ ତନ୍ତୀ ବଂଶ ହେଉ ସର୍ବନାଶ, ଯାଆନ୍ତୁ ସେ ବନବାସେ” । ବର୍ତ୍ତମାନ ଆମ ରାଜ୍ୟରେ ଯୁବବର୍ଗ ଓ ଉଦ୍ୟମୀଙ୍କ ମନରେ ଏହିଭଳି ଆନ୍ଦୋଳିତ ହେଉଥିବା ପ୍ରଶ୍ନ ମୋତେ ଚିନ୍ତିତ କରିଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories