www.samajalive.in
Friday, December 5, 2025
20.1 C
Bhubaneswar

ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର : ଓଡ଼ିଶାର ବରପୁତ୍ର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବ୍ୟାସକବିଙ୍କ ସ୍ମୃତିଚାରଣ କରିଥିଲେ ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦ ସଭାପତି ଶ୍ରୀ ଜୀବନ ମହାପାତ୍ର, ସାଧାରଣ ସମ୍ପାଦକ ଡ଼ ବିରାଜ ମୋହନ ଦାସ,ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀ ଲକ୍ଷ୍ମୀଧର ବେହେରା,ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories