www.samajalive.in
Sunday, December 7, 2025
26.1 C
Bhubaneswar

ଖଡ଼ିଆଳ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ସାହୁଙ୍କ କରୋନାରେ ପରଲୋକ

ଭୁବନେଶ୍ବର: ଖଡ଼ିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ସାହୁଙ୍କ ଆଜି ଭୁବନେଶ୍ୱର ଠାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ସ୍ବର୍ଗତ ପ୍ରଫୁଲ୍ଲ କୁମାର ସାହୁ ଖଡ଼ିଆଳ ଠାରେ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ସଫଳତାର ସହ କାର୍ଯ୍ୟ କରିଥିଲେ ଏବଂ ସେଠାରେ ଜଣେ ସଚ୍ଚୋଟ କରୋନା ଯୋଦ୍ଧା ଭାବେ ନିଜ ଦାୟିତ୍ୱ ସମ୍ପାଦନ କରିଥିଲେ। ଖଡ଼ିଆଳ ଠାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତାଙ୍କୁ ପ୍ରଥମେ ନୂଆପଡ଼ା ଜିଲା କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରୁ ଆରୋଗ୍ୟ ଲାଭ କରି ପୁଣି ଖଡ଼ିଆଳ ସରକାରୀ ବାସଭବନକୁ ଫେରିଥିଲେ,କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ି ଯାଇଥିଲା। ଫଳରେ ପ୍ରଥମେ ଜିଲା କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରବର୍ତ୍ତି ସମୟରେ ଭୁବନେଶ୍ୱରସ୍ଥିତ ଆଦିତ୍ୟ କେୟାର କୋଭିଡ୍‌ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ତାଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରେ ଆଦିତ୍ୟ କେୟାର୍‌ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରର ଭେଣ୍ଟିଲେଟରେ ତାଙ୍କୁ ରଖାଯାଇ ଚିକିତ୍ସା କରାଯାଉଥିଲା। ଆଜି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଅବନତି ଘଟିଥିଲା ଓ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଯାଇଥିଲା।
ଜଣେ କରୋନା ଯୋଦ୍ଧା ଭାବେ ଦାୟିତ୍ୱକୁ ହାର ନ ମାନି ସାହାସିକତାର ପରିଚୟ ଦେଇଥିଲେ ଖଡ଼ିଆଳ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ସାହୁ। ନିଜ ଚାକିରି ଜୀବନ ଅଡିଟର ଭାବରେ ଆରମ୍ଭ କରି ପରେ ନଗର ଉନ୍ନୟନ ବିଭାଗକୁ ଡେପୁଟେସନରେ ଯାଇଥିଲେ। ସେ ଢ଼େଙ୍କାନାଳ ଜିଲା ହିନ୍ଦୋଳ, ଧର୍ମଗଡ଼, ଖଡ଼ିଆଳ ଠାରେ ସଫଳତାର ସହ କାର୍ଯ୍ୟ ସମ୍ପାଦନ କରିଛନ୍ତି। ତାଙ୍କ ଘର ଅନୁଗୁଳରେ ବୋଲି ଜଣାପଡ଼ିଛି। ଖଡ଼ିଆଳ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ସାହୁଙ୍କ ପରଲୋକରେ ବିଭିନ୍ନ ମହଲରୁ ତାଙ୍କ ପାଇଁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories