www.samajalive.in
Tuesday, December 9, 2025
16.1 C
Bhubaneswar

ମାଟ୍ରିକ୍‌ ପିଲାଙ୍କୁ ମାଗଣା ‘ଶିକ୍ଷା ଦର୍ପଣ’

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଶିକ୍ଷା ଦର୍ପଣ’ ମାଗଣା ଦିଆଯିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ବିଦ୍ୟାର୍ଥୀଙ୍କୁ ଏହି ପୁସ୍ତିକ ଦେବାକୁ ସବୁ ଜିଲାରୁ ତଥ୍ୟ ସଂଗ୍ରହ ଆରମ୍ଭ ହୋଇଛି। କେଉଁ ଜିଲାରେ ‌କେତେ ଛାତ୍ରଛାତ୍ରୀ ଏଥର ମାଟ୍ରିକ୍‌ ପରୀକ୍ଷା ଦେବେ ତାହାର ତଥ୍ୟ ମଗାଯାଇଛି। ଆସନ୍ତା ୨୨ ତାରିଖ ସୁଦ୍ଧା ତଥ୍ୟ ଦେବାକୁ ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦେଶ ଦିଆଯାଇଛି। ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ପଢ଼ୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ତଥ୍ୟ ଦାଖଲ କରିବାକୁ କୁହାଯାଇଛି। ତଥ୍ୟ ମିଳିବା ପରେ ‘ଶିକ୍ଷା ଦର୍ପଣ’ ଛପାଯାଇ ବିଦ୍ୟାର୍ଥୀଙ୍କୁ ବଣ୍ଟନ କରାଯିବ।

- Advertisement -

‘ଶିକ୍ଷା ଦର୍ପଣ’ରେ ପ୍ରଶ୍ନପତ୍ର ସହ ଉତ୍ତର ରହିବ। ଏହା ବିଦ୍ୟାର୍ଥୀଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତି କରିବାରେ ସହାୟକ ହେବ। ଏହାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। କରୋନା ଯୋଗୁଁ ପାଠପଢ଼ା ବହୁଳ ଭାବେ କ୍ଷତିଗ୍ରସ୍ତ ହୋଇଛି। ବିଭାଗ ପକ୍ଷରୁ ୬ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଏହି ପୁସ୍ତକ ଛାପିବାକୁ ନିଷ୍ପତ୍ତି ନିଆଯାଇଛି।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories