www.samajalive.in
Saturday, December 6, 2025
16.1 C
Bhubaneswar

ଭୋର ୫ଟାରେ ସରକାରୀ ବାବୁଙ୍କ ଘରୁ ଲକ୍ଷାଧିକ ଟଙ୍କା,ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

ଭୁବନେଶ୍ୱର : ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରୁ ଲୁଟ୍‌‌ ହୋଇଥିବା ନେଇ ମଙ୍ଗଳବାର ଖବର ସାମ୍ନାକୁ ଆସିଛି। ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଛୋଟେଲାଲ ଶର୍ମାଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଲୁଟ୍‌‌ ହୋଇଛି। ଭୁବନେଶ୍ୱର ଗଣ୍ଡମୁଣ୍ଡା ଘରୁ ଏହି ଲୁଟ୍‌‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ଘରେ ସମସ୍ତେ ଶୋଇଥିବା ବେଳେ ଭୋର ୫ଟାରେ ଦୁର୍ବୃତ୍ତ ମାନେ କଳାକନା ବୁଲାଇଛନ୍ତି। ପ୍ରାୟ ଦେଢ ଲକ୍ଷ ଟଙ୍କା ଓ ୮ ଲକ୍ଷ ଟଙ୍କାର ଗହଣା ଲୁଟି ନେଇଛନ୍ତି। ଗ୍ୟାସ କଟରରେ ଗ୍ରୀଲ କାଟି ଲୁଟେରା ମାନେ ଘରେ ପଶିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ଖଣ୍ଡଗିରି ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାରେ ୨ ଜଣଙ୍କୁ ସନ୍ଦେହରେ ଅଟକ ରଖି ପୁଲିସ ପଚରାଉଚରା ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories