www.samajalive.in
Saturday, December 13, 2025
26.1 C
Bhubaneswar

ଭୋର ୫ଟାରେ ସରକାରୀ ବାବୁଙ୍କ ଘରୁ ଲକ୍ଷାଧିକ ଟଙ୍କା,ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

ଭୁବନେଶ୍ୱର : ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରୁ ଲୁଟ୍‌‌ ହୋଇଥିବା ନେଇ ମଙ୍ଗଳବାର ଖବର ସାମ୍ନାକୁ ଆସିଛି। ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଛୋଟେଲାଲ ଶର୍ମାଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଲୁଟ୍‌‌ ହୋଇଛି। ଭୁବନେଶ୍ୱର ଗଣ୍ଡମୁଣ୍ଡା ଘରୁ ଏହି ଲୁଟ୍‌‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ଘରେ ସମସ୍ତେ ଶୋଇଥିବା ବେଳେ ଭୋର ୫ଟାରେ ଦୁର୍ବୃତ୍ତ ମାନେ କଳାକନା ବୁଲାଇଛନ୍ତି। ପ୍ରାୟ ଦେଢ ଲକ୍ଷ ଟଙ୍କା ଓ ୮ ଲକ୍ଷ ଟଙ୍କାର ଗହଣା ଲୁଟି ନେଇଛନ୍ତି। ଗ୍ୟାସ କଟରରେ ଗ୍ରୀଲ କାଟି ଲୁଟେରା ମାନେ ଘରେ ପଶିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ଖଣ୍ଡଗିରି ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାରେ ୨ ଜଣଙ୍କୁ ସନ୍ଦେହରେ ଅଟକ ରଖି ପୁଲିସ ପଚରାଉଚରା ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories