www.samajalive.in
Sunday, December 7, 2025
18.1 C
Bhubaneswar

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ..

ଭୁବନେଶ୍ୱର:ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇଛି । ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଯାଇଛି । ବଟନ ଟିପି ଜନତା ମଇଦାନରେ ସ୍ୱତନ୍ତ୍ର ଉତ୍ସବରେ ମୋଦୀ ଏହି ଶୁଭାରମ୍ଭ କରିଛନ୍ତି । ବର୍ଷକୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ମିଳିବା ସହ ୫ ବର୍ଷରେ ୫୦ ହଜାର ଟଙ୍କା ମିଳିବ । ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ଟଙ୍କା।

ସୁଭଦ୍ରା ସହ ଅନ୍ୟାନ୍ୟ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ରେଳ, ଆବାସ ସହ ଅନ୍ୟ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ୧ କୋଟିରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଲାଭ ମିଳିବ ବୋଲି ଆୟୋଜିତ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ଏଯାଏଁ ୭୨ ଲକ୍ଷ ଆବେଦନକାରୀ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି ।

- Advertisement -

ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍‌ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି । ଏହାସହ ୨୬ ଲକ୍ଷ ପିଏମ୍‌ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇଛନ୍ତି । ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି । ୧ ହଜାର କୋଟି ଜାତୀୟ ରାଜପଥ ପ୍ରକଳ୍ପର ମଧ୍ୟ ଲୋକାର୍ପଣ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ରଘୁବର ଦାସ, ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି।

🔴LIVE ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଭୁଦ୍ରା ଯୋଜନା ଶୁଭାରମ୍ଭ କରିବା ଅବସରରେ – YouTube

🔴LIVE ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଭୁଦ୍ରା ଯୋଜନା ଶୁଭାରମ୍ଭ କରିବା ଅବସରରେ (youtube.com)

 

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories