www.samajalive.in
Sunday, December 7, 2025
23.1 C
Bhubaneswar

ଜଳୁଛି ରାଜଧାନୀ ; ସର୍ବାଧିକ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଲା ..

ଭୁବନେଶ୍ୱର : ଜଳୁଛି ରାଜଧାନୀ। ଶୁକ୍ରବାର ଦିନ ସାଢେ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଥିବା ରେକର୍ଡ କରାଯାଇଛି। ନିଆଁ ବର୍ଷା ହେବା ଭଳି ରାଜଧାନୀବାସୀ ଅନୁଭବ କରୁଛନ୍ତି। ଆଜି ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକାଳ ସାଢେ ୧୧ଟା ସୁଦ୍ଧା ୩୯.୮ ଡିଗ୍ରୀ ରେକର୍ଡ କରାଯାଇଛି। ରାଜଧାନୀରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କିଛି ସମୟରେ ତାପମାତ୍ରା ଆହୁରି ବୃଦ୍ଧି ହୋଇପାରେ। ଶନିବାର ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବଢୁଛି।


ଶନିବାର ଯାଏଁ ୧୪ ଜିଲାକୁ ହିଟ୍‌‌ ୱେଭ୍‌‌ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି। ଖୋର୍ଦ୍ଧା, କଟକ, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, ନୟାଗଡ, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, ଝାରସୁଗୁଡାକୁ ହିଟ୍‌‌ ୱେଭ୍‌‌ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।

ଜଳୁଛି ରାଜଧାନୀ ; ସାଢେ ୧୧ଟା ସୁଦ୍ଧା ୩୯.୮ ଡିଗ୍ରୀ

- Advertisement -

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories