www.samajalive.in
Saturday, December 6, 2025
15.1 C
Bhubaneswar

ଭଡା ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର; ହତ୍ୟା କି ଆତ୍ମହତ୍ୟା ଅସ୍ପଷ୍ଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଏକ ଚାଞ୍ଚଲ୍ୟକର ଘଟଣା ଶନିବାର ସାମ୍ନାକୁ ଆସିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀଙ୍କ ନାଁ ବିଷ୍ଣୁପ୍ରିୟା ରାଉତ। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣା ଘଟିଛି ଭରତପୁର ଥାନା ଅଧୀନ ଏକ ବସ୍ତିରେ। ଉକ୍ତ ଯୁବତୀ ଜଣକ ଘର ଭଡା ନେଇ ଅନ୍ୟ ଜଣେ ବାନ୍ଧବୀଙ୍କ ସହ ରହୁଥିଲେ। ଭଡା ଘରୁ ତାଙ୍କ ମୃତଦେହ ମିଳିବା ପରେ ଅନ୍ୟ ଯୁବତୀ ଜଣକ ଫେରାର ରହିଥିବା ଜଣାପଡିଛି। ଖବର ପାଇ ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି।

ପାଣି ପାଇଁ ରାସ୍ତାରୋକ ; ଗରା ବାଲତି ରଖି ରାସ୍ତା ଅବରୋଧ କଲେ ମହିଳା

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories