www.samajalive.in
Sunday, November 16, 2025
15.1 C
Bhubaneswar

ସୂର୍ଯ୍ୟ ଚାରିପାଖରେ ବଳୟ; ମେଘ ଓ ଆଲୋକ ଦ୍ବାରା ସଂଗଠିତ ଏକ ଅସାଧାରଣ ଦୃଶ୍ୟ

ଭୁବନେଶ୍ବର: ସମୟ ସମୟରେ ଆମେ ସୂର୍ଯ୍ୟ ଚାରିପାଖରେ ଏକ ବଳୟ ବା ରିଙ୍ଗ(ଇଂରାଜୀରେ ହାଲୋ) ଦେଖିଥାଉ। ରବିବାର ସୂର୍ଯ୍ୟ ଚାରିପାଖରେ ଏହିପରି ଇନ୍ଦ୍ରଧନୁର ରଙ୍ଗ ଥିବା ଏକ ବଳୟ ଆମ ରାଜ୍ୟର ଅନେକ ସ୍ଥାନରେ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ଦେଖାଯାଇଥିଲା। ସମସ୍ତଙ୍କ ମନରେ ପ୍ରଶ୍ନ ଏହି ଅସାଧାରଣ ଦୃଶ୍ୟଟି କାହିଁକି ଘଟୁଛି। ଏପରି ଆଉ କେବେ ଦେଖାଯିବ। ଏପରି ଅନେକ ପ୍ରଶ୍ନ ମନରେ ଉଙ୍କି ମାରୁଛି।

- Advertisement -

ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ ଉପନିର୍ଦେଶକ ଡ.ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି ଯେ ପ୍ରକୃତରେ ଏହା ମେଘ ଓ ଆଲୋକ ଦ୍ବାରା ସଂଗଠିତ ଏକ ଅସାଧାରଣ ଦୃଶ୍ୟ। ଯାହାକୁ ଆମ ଆଖିର ଏକ ଦୃଷ୍ଟି କ୍ରମରୁ ସୃଷ୍ଟି ହୁଏ ବୋଲି କୁହାଯାଇ ପାରେ। ଏପରି ବଳୟ ଗୋଟିଏ ବର୍ଷରେ ଶହେରୁ ଅଧିକ ଥର ଘଟିଥାଏ। ଏପରିକି ବେଳେବେଳେ ଚନ୍ଦ୍ରର ଚାରିପାଖରେ ଏପରି ବଳୟ ସୃଷ୍ଟି ହୋଇଥାଏ।

 


ଡ. ପଟ୍ଟନାୟକ କହିଛନ୍ତି ଯେ ଆମ ବାୟୁମଣ୍ଡଳରେ ଥିବା ମେଘଗୁଡ଼ିକ ଛୋଟ ଛୋଟ ବରଫ ସ୍ଫଟିକରେ ତିଆରି। ବରଫ ସ୍ଫଟିକଗୁଡ଼ିକ ଖୁବ୍‌ ପତଳା ଓ ଷଡ଼ଭୁତ ଆକାରର। ଏହି ଷଡ଼ଭୁଜ ସ୍ଫଟିକଗୁଡ଼ିକ ଯୋଡ଼ି ହୋଇ ରହିଥିବା ଦୁଇଟି ପ୍ରିଜିମ୍‌ ଭଳି କାର୍ଯ୍ୟକରେ। ଫଳରେ ଏହି ବରଫ ସ୍ଫଟିକ ମାଧ୍ୟମରେ ସୂର୍ଯ୍ୟ ଆଲୋକରେ ପତଳା ମେଘ ରହେ। ତେବେ ଦିନରେ ସୂର୍ଯ୍ୟ ଚାରିପାଖରେ ଓ ରାତିରେ ଚନ୍ଦ୍ର ଚାରିପାଖରେ ଏହିପରି ଏକ ବଳୟ ଦେଖାଯାଇଥାଏ।

                       

ଏହାର କେଣସି ପ୍ରଭାବ ପୃଥିବୀ ଉପରେ ନାହିଁ। କିନ୍ତୁ ସାଧାରଣତଃ ବାୟୁମଣ୍ଡଳରେ ଝଡ଼ ପୂର୍ବରୁ ମେଘ ପତଳା ହୋଇ ଖୁବ୍‌ ଉପରକୁ ଉଠିଯାଏ ଓ ଗୋଟିଏ ଦିନ ପରେ ଏହା ତଳକୁ ଆସି ବହୁତ ବର୍ଷା କରିଥାଏ। ତେଣୁ ସାଧାରଣତଃ ସୂର୍ଯ୍ୟ ବା ଚନ୍ଦ୍ର ଚାରିାପଖରେ ଏକ ବଳୟ ଦେଖାଗଲେ ପରବର୍ତ୍ତୀ ସମୟରେ ବର୍ଷା ହେବାର ସମ୍ଭାବନା ଥାଏ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ ଉପନିର୍ଦେଶକ ଡ.ଶୁଭେନ୍ଦୁ ପଟ୍ଟନାୟକ ପ୍ରକାଶ କରିଛନ୍ତି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories