www.samajalive.in
Sunday, December 7, 2025
26.1 C
Bhubaneswar

ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ; ଏହି ସ୍ଥାନରେ ବର୍ଷିବ!

ଭୁବନେଶ୍ୱର : ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟାରେ ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଆଜି ଉତ୍ତର ଓଡିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୁରଭଞ୍ଜ ଓ ବାଲେଶ୍ୱର ଜିଲାର ଗୋଟେ ଦୁଇଟି ସ୍ଥାନରେ ବର୍ଷା ହେବ। ବର୍ଷା ଫଳରେ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଭଦ୍ରକ,କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ହାଲକା ବର୍ଷା ସମ୍ଭାବନା ରହିଛି। ପୁରୀ, ଗଞ୍ଜାମ, ଯାଜପୁର, ଢେଙ୍କାନାଳରେ ଆକାଶ ମେଘୁଆ ରହିବ। ଜଗତସିଂହପୁର, ଅନୁଗୁଳରେ ଆକାଶ ମେଘୁଆ ରହିବ। ଅଳ୍ପ କେତେକ ସ୍ଥାନରେ କୁଣ୍ଡା ଝାଡିବା ପରି ବର୍ଷା ହୋଇପାରେ। କୋରାପୁଟ, ରାୟଗଡା, ମାଲକାନଗିରି କେତେକ ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ହାଲକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories