www.samajalive.in
Monday, December 15, 2025
24.1 C
Bhubaneswar

ସାଲିଆ ସାହିରେ ବୁଲଡୋଜର, ଭଙ୍ଗାଯିବ ୫୧୭ ଘର

ଭୁବନେଶ୍ବର: ଉଚ୍ଛେଦ ହେବ ସାଲିଆ ସାହି। ଏକାମ୍ର କାନନରୁ ଅନ୍ଧାରୁଆ ୧୩ କିଲୋମିଟର ପର୍ଯ୍ୟନ୍ତ ଲେଫ୍ଟ ପାରାଲାଲ ରାସ୍ତା ପାଇଁ ଏହି ଉଚ୍ଛେଦ ଆରମ୍ଭ କରିଛି ବିଏମସି ଓ ବିଡିଏ । କୌଣସି ଅପ୍ରିତିକର ପରିସ୍ଥିତି ଏଡାଇବାକୁ ଘଟଣାସ୍ଥଳରେ ୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଆଜିଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବାକି ଥିବା ଆଉ ପାଖାପାଖି ୫୧୭ ଘର ମିଳିତ ଟିମ୍ ଉଛେଦ କରିବ ମିଳିତ ଟିମ୍ । ଉଚ୍ଛେଦରେ ବିଏମସି, ବିଡିଏ, ୱାଟକୋ, ବିଦ୍ୟୁତ ବିଭାଗ ସହ ୫ ପ୍ଲାଟୁନ ପୋଲିସ ଫୋର୍ସ ସାମିଲ ହୋଇଛନ୍ତି ।

ସେପଟେ ଏହି ଉଚ୍ଛେଦ ପ୍ରକ୍ରିୟାକୁ ସାଲିଆ ସାହି ବାସିନ୍ଦାମାନେ ଜୋରଦାର ବିରୋଧ କରିଛନ୍ତି ।ସେମାନଙ୍କ କହିବା କଥା ସରକାର ଥଇଥାନ ନକରି ଆମକୁ ଘରୁ ବାହାର କରିଦେବା କେତେ ଦୂର ଠିକ୍‌ । କୋର୍ଟରେ ମାମଲା ଚାଲିଥିବା ବେଳେ ଉଚ୍ଛେଦ କାହିଁକି କରାଯାଉଛି,  ତାହାକୁ ନେଇ ବସ୍ତିବାସିନ୍ଦାମାନେ ପ୍ରଶ୍ନ ଉଠାଇଛନ୍ତି । ଆଜି ଉଚ୍ଛେଦ ବେଳେ ବସ୍ତ ବାସିନ୍ଦାମାନେ ଧାରଣାରେ ବସିଛନ୍ତି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories