ଆସନ୍ତା ୨୭ ଲଘୁଚାପ ; ୨୯ରେ ଅବପାତ ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସହ ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।
୨୭ ରେ #ଲଘୁଚାପ , ୨୯ରେ #ଅବପାତ ସମ୍ଭାବନା !! pic.twitter.com/fyx7wjT31z
— Meteorological Centre, Bhubaneswar (@mcbbsr) November 24, 2023
ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
Comments are closed.