www.samajalive.in
Monday, December 15, 2025
27.1 C
Bhubaneswar

୨ ଦିନ ଯାଏଁ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା

ଭୁବନେଶ୍ୱର : ଆଗାମୀ ୨ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଲାଗି ରହିବ। ଏନେଇ ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଛତିଶଗଡରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନାନୁଯାୟୀ, ରାଜ୍ୟରେ ଆଉ ୩ ଦିନ ପର୍ଯ୍ୟନ୍ତ କୋହଲା ପାଗ ସହ ସକାଳ ସମୟରେ ଘନ କୁହୁଡି ପରିଲକ୍ଷିତ ହେବ। ପ୍ରାୟ ୧ ସପ୍ତାହ ହେବ ରାଜ୍ୟର ଅଧିକାଂଶ ଅଞ୍ଚଳରେ ରାତି ତାପମାତ୍ରା ୩ରୁ୫ ଡିଗ୍ରୀ ଯାଏଁ ହ୍ରାସ ପାଇଛି। କେତେକ ସ୍ଥାନରେ ଗତ ୪୮ ଘଣ୍ଟାରେ ବର୍ଷା ହୋଇଥିବା ଜଣାପଡିଛି।

- Advertisement -

ଉତ୍ତର ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଗୁରୁଚାପ ପ୍ରଭାବରେ ଘନ କୁହୁଡିର ଆଶଙ୍କା ରହିଛି। ୨୬ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ସହ ଶୀତ କମିବା ସାମାନ୍ୟ ରହିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories