www.samajalive.in
Monday, December 8, 2025
24.1 C
Bhubaneswar

ଘନ କୁହୁଡି ନେଇ ୩ ଜିଲାକୁ ସତର୍କତା

ଭୁବନେଶ୍ବର:  ଖସୁଛି ପାରଦ,ବଢ଼ୁଛି ଶୀତ। ରାଜ୍ୟରେ ଦିନକୁ ଦିନ ଶୀତ ବଢିବା ସହ କିଛି ସ୍ଥାନରେ ପ୍ରବଳ କୁହୁଡି ମଧ୍ୟ ଦେଖିବାକୁ ମିଳୁଛି। ତେବେ ଆଜି କୁହୁଡ଼ି ପାଇଁ ୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଥିଲା। ସୁନ୍ଦରଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ  ସକାଳେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି। ସେପଟେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ; କିନ୍ତୁ ପରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିବ। ଜି.ଉଦୟଗିରିରେ ରାତିର ସର୍ବନିମ୍ନ ତାପମାତ୍ରା ୮ଡିଗ୍ରୀ ରେକର୍ଡ ହୋଇଛି। ୨୭ରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲାର କିଛି ସ୍ଥାନରେ ବର୍ଷା ହୋଇପାରେ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories