www.samajalive.in
Saturday, December 6, 2025
15.1 C
Bhubaneswar

ସୌରଭ ଗାଙ୍ଗୁଲି ଅସୁସ୍ଥ, ହୃଦଘାତ ହୋଇଥିବା ସୂଚନା

କଲକାତା: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ଏକ ଜିମ୍‌ରେ ବ୍ୟାୟାମ କରୁଥିବା ସମୟରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ କଲକାତାର ଉଡ୍‌ଲାଣ୍ଡ୍‌ସ ମଲ୍‌ଟି ସ୍ପେଶାଲିଟି ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଉକ୍ତ ଘରୋଇ ହସ୍ପିଟାଲରେ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ସେ ହୃଦଘାତ ସମସ୍ୟାରେ ଆକ୍ରାନ୍ତ ହୋଇଥିବା ପରୀକ୍ଷାରୁ ଜଣାପଡ଼ିଛି। ଆଜି ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯିବ। ଏଥିପାଇଁ ହସ୍ପିଟାଲ ପକ୍ଷରୁ ଡା. ସରୋଜ ମଣ୍ଡଳଙ୍କ ନେତୃତ୍ଵରେ ୩ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇଥିବା ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories