www.samajalive.in
Saturday, December 6, 2025
26.1 C
Bhubaneswar

 ଫ୍ରିଜର ଥଣ୍ଡା ପାଣି ପିଉଥିଲେ ହୋଇଯାଆନ୍ତୁ ସାବଧାନ! ସୃଷ୍ଟି ହେବ ଏହି ସବୁ ରୋଗ

ବର୍ତ୍ତମାନ ଗ୍ରୀଷ୍ମଋତୁ ଚାଲିଛି। ଏହିଦିନେ ଅତ୍ୟଧିକ ଖରା ଓ ତାତିର ଜ୍ବାଳା ମଧ୍ୟରେ ପିଇବା ପାଇଁ ଟିକେ ଥଣ୍ଡା ପାଣି ମିଳିଗଲେ ଲୋକଙ୍କୁ ଅମୃତ ମିଳିଲା ପରି ମନେ ହେଉଛି। ଏହିଦିନେ କିଛି ଲୋକ ଫ୍ରିଜରେ ଥିବା ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି।

ହେଲେ ଲୋକେ ଏହା ଜାଣି ନଥାନ୍ତି ଯେ, ଏହା ଅଭ୍ୟାସରେ ପରିଣତ ହୋଇଗଲେ ଶରୀର ପାଇଁ ଖୁବ୍ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ। ତେବେ ଚାଲନ୍ତୁ ଜାଣିବା ଅତ୍ୟଧିକ ଥଣ୍ଡା ପାଣି ପିଇବା ଦ୍ବାରା ଶରୀରର କି କ୍ଷତି ହୋଇଥାଏ –

- Advertisement -

ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ରହିଥାଏ। ତେଣୁ ଆମେ ପିଉଥିବା ପାଣିର ତାପମାତ୍ରା ୨୦-୨୨ ଡିଗ୍ରୀ ସେଲ୍ସିୟସ ରହିବା ଆବଶ୍ୟକ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇଲେ ଏହା ରୋଗ ପ୍ରତିରୋଧକ ଶକ୍ତିକୁ କମାଇଥାଏ। କେବଳ ସେତିକି ନୁହେଁ, ଏହାର ସିଧାସଳଖ ପ୍ରଭାବ ପାଚନ କ୍ରିୟା ଉପରେ ପଡ଼ିଥାଏ। ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହାକୁ ଢୋକିବାକୁ କିଛି ସମୟ ଲାଗିଥାଏ। କାରଣ ଏହି ପାଣିର ତାପମାତ୍ରା ଅଳ୍ପ ପରିମାଣରେ ସାମାନ୍ୟ ହେବା ପରେ ତାହା ଗଳାରୁ ଖସିଥାଏ।

ଏହାଦ୍ୱାରା ଟନ୍ସିଲଜନିତ ସମସ୍ୟା ଦେଖା ଦେଇଥାଏ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇବା ଦ୍ୱାରା ପେଟର ଅନ୍ତଳନୀ ସଙ୍କୁଚିତ ହୋଇଯାଇଥାଏ, ଯାହାଦ୍ୱାରା କଫଜନିତ ସମସ୍ୟା ଦେଖାଯାଏ। ଅତ୍ୟଧିକ ଥଣ୍ଡାପାଣି ପିଇବା ଅଭ୍ୟାସରେ ପରିଣତ ହେଲେ ହୃଦ୍ଜନିତ ସମସ୍ୟା ମଧ୍ୟ ସୃଷ୍ଟି ହେବାର ଆଶଙ୍କା ଥାଏ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories