www.samajalive.in
Monday, December 8, 2025
17.1 C
Bhubaneswar

ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର

ଠାକୁରମୁଣ୍ଡା : ମୟୂରଭଞ୍ଜ ଜିଲ୍ଲା ସୀମାନ୍ତ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ପଣସଡ଼ିହା ଗ୍ରା.ପ ଅନ୍ତର୍ଗତ ଆସନବଣି ଗ୍ରାମରେ ବୁଧବାର ସଂନ୍ଧ୍ୟାରେ ଭାଲୁ ଆକ୍ରମଣରେ ଜଣେ (୬୫) ବର୍ଷୀୟ ବୃଦ୍ଧା ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ଠାକୁରମୁଣ୍ଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ପ୍ରକାଶ ଯେ ଗ୍ରାମର ସ୍ବର୍ଗତ ପିତାମ୍ବର ହୋ’ଙ୍କ ସ୍ତ୍ରୀ ଡିମ୍ବାଇ ନିଜ ଧାନ ବିଲରୁ କାମ ସାରି ସନ୍ଧ୍ୟାରେ ଘରକୁ ଫେରିବା ପରେ ଘର ନିକଟ ପୋଖରୀକୁ ଧୋଇ ହେବା ସହିତ ଶୌଚ ହେବାକୁ ଯାଇଥିଲେ। ଏହି ସମୟରେ ତାଙ୍କ ନିକଟକୁ ଦୁଇଟି ଭାଲୁ ଚାଲି ଆସିଥିଲେ। ଗୋଟିଏ ଭାଲୁ ତାଙ୍କୁ ଆକ୍ରମଣ କରି ତାଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ କରିବା ସହ ପେଟ ରେ ଗଭୀର କ୍ଷତ ହୋଇଥିବା ଦେଖିବାକୁ ମିଳିଛି । ଚିତ୍କାର ଶୁଣି ଆଖ ପାଖରୁ ପଡଶୀ ଓ ପରିବାର ଲୋକେ ଦୌଡ଼ି ଆସିବାରୁ ଭାଲୁ ପଳାଇ ଯାଇଥିଲେ । ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରି ଏକ ବୋଲେରୋ ଯୋଗେ ଆଣି ତାଙ୍କୁ ଠାକୁରମୁଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories