www.samajalive.in
Monday, December 15, 2025
26.1 C
Bhubaneswar

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

କଣ୍ଟାବାଞ୍ଜି: ଶୌଚ ହେବା ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇ ଜଣେ ବୃଦ୍ଧ ଗୁରୁତର ଭାବେ ଆହତ ହୋଇଛନ୍ତି। ବଲାଙ୍ଗିର ଜିଲା ତୁରେକେଲା ବ୍ଲକ ଲର୍କୀ ଗାଁରେ ଘଟିଛି ଏହି ଘଟଣା। ଗୁରୁତର ଆହତ ହୋଇଥିବା ବୃଦ୍ଧ ଜଣକ ହେଲେ ଦଶରଥ ପରାଭୁଏ। ସକାଳ ସମୟରେ ଦଶରଥ ଗାଁ ପାଖ ରାସ୍ତାକଡ଼କୁ ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ଏକ ଭାଲୁ ଆସି ଦଶରଥଙ୍କୁ ଆକ୍ରମଣ କରିଥିଲା। ଦଶରଥ ଜୋରରେ ଚିତ୍କାର କରିଥିଲେ। ପରିବାର ଲୋକେ ଦଶରଥଙ୍କ ପାଟି ଶୁଣି ଭାଲୁ କବଳରୁ ତାଙ୍କୁ ଉଦ୍ଧାର କରିଥିଲେ ଓ ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି କରିଥିଲେ। କଣ୍ଟାବାଞ୍ଜି ଡାକ୍ତରଖାନାରେ ଦଶରଥଙ୍କ ଚିକିତ୍ସା ଚାଲିଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories