www.samajalive.in
Sunday, December 7, 2025
16.1 C
Bhubaneswar

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଠାକୁରମୁଣ୍ଡା: ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ସାତକୋଶିଆ ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଖୁମଠାଣ ଗ୍ରାମ ନିକଟ ସାଳନ୍ଦୀ କୂଳରେ ବୁଧବାର ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତିଜଣକ ହେଉଛନ୍ତି ମହୁଲଡିହା ଥାନା ଖୁମଠାଣ ଗ୍ରାମର ହେମନ୍ତ ନାଏକ(୫୦)।

ସୂଚନା ଅନୁଯାୟୀ, ଆଜି ସକାଳୁ ହେମନ୍ତ ଗ୍ରାମ ନିକଟରେ ଥିବା ସାଳନ୍ଦୀ ନଦୀକୁ ଶୌଚ ହେବାକୁ ଯାଇଥିଲେ। ଏହି ସମୟରେ ତାଙ୍କୁ ଏକ ଭାଲୁ ଆସି ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣ ସମୟରେ ହେମନ୍ତ ଚିତ୍କାର କରିବାରୁ ଆଖ ପାଖରେ ଥିବା ଲୋକେ ଘଟଣା ସ୍ଥଳକୁ ଦୌଡ଼ି ଆସିଥିଲେ। ଲୋକଙ୍କୁ ଦେଖି ଭାଲୁ ଚାଲିଯିବା ପରେ ଘଟଣା ସ୍ଥଳରୁ ଗୁରୁତର ଅବସ୍ଥାରେ ହେମନ୍ତଙ୍କୁ ପରିବାର ଲୋକେ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ଅଟୋ ଯୋଗେ ଚିକିତ୍ସା ପାଇଁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଭାଲୁ ଆକ୍ରମଣରେ ହେମନ୍ତଙ୍କ ମୁଣ୍ଡ, ଡାହାଣ ହାତ, ଗୋଡରେ ଗଭୀର କ୍ଷତ ହୋଇଛି। ତେବେ ହେମନ୍ତ ବିପିଏଲ ଶ୍ରେଣୀର ହୋଇଥିବାରୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବା ପାଇଁ ନିବେଦନ କରିଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories