www.samajalive.in
Monday, December 8, 2025
27.1 C
Bhubaneswar

ବିଦ୍ୟୁତ୍ ନେଲା ଭାଲୁର ଜୀବନ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମଭି-୧୭ନଂ ଗାଁର ଶିବ ମନ୍ଦିର ନିକଟ ଅଘଟଣ ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଭାଲୁର ଜୀବନ । ମଙ୍ଗଳବାର ରାତିରେ ଭାଲୁଟି ଖାଦ୍ୟ ଅନ୍ବେଷଣରେ ଆସି ଗାଁକୁ ପଶି ଆସିଥିଲା। ଏବଂ କୌଣସି କାରଣରୁ ଭାଲୁଟି ଶିବ ମନ୍ଦିର ନିକଟ ଦେଇ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଚାଲିଆସିଥିଲା। ଫଳରେ ଘଟଣାସ୍ଥଳରେ ହିଁ ଭାଲୁଟିର ମୃତ୍ୟୁ ଘଟିଥିଲା। ଆଜି ସକାଳୁ କିଛି ସ୍ଥାନୀୟ ଲୋକେ ଭାଲୁର ମୃତଦେହ ଦେଖି ବନବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଭାଲୁଟିର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ  ତଦନ୍ତ ଜାରି ରଖିଛି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories