www.samajalive.in
Saturday, December 6, 2025
17.1 C
Bhubaneswar

ନିଶା ନିବାରଣ କେନ୍ଦ୍ରରେ ପିଟିପିଟି ହତ୍ୟା !

ଭଦ୍ରକ: ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବକଙ୍କ ପରିବାର ଲୋକ ଧାମନଗର ଥାନାରେ ଅଭିଯୋଗ କରିଛନ୍ତି। ମୃତକ ଜଣକ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି। ୪ ତାରିଖରେ ଯୁବକ ଜଣକ ନିଶା ନିବାରଣ କେନ୍ଦ୍ରକୁ ଆସିଥିଲେ। ମଙ୍ଗଳବାର ରାତିରେ ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।  ଶରୀରରେ କ୍ଷତ ଚିହ୍ନ ଥିବାରୁ  ଯୁବକ ଜଣଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories