www.samajalive.in
Sunday, December 14, 2025
26.1 C
Bhubaneswar

ହାତର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଇଚ୍ଛୁକ କି ? ଆପଣାନ୍ତୁ ଏହି ଉପାୟ

ମୁହଁର ସୁନ୍ଦରତା ସହ ହାତର ସୌନ୍ଦର୍ଯ୍ୟ ମଧ୍ୟ ଅତ୍ୟନ୍ତ ଆବଶ୍ୟକ। କାରଣ ଏହା ଆପଣଙ୍କ ବ୍ୟକ୍ତିତ୍ୱକୁ ଦୁଇ ଗୁଣିତ କରିଥାଏ। ହାତ ଶୁଷ୍କ ଓ ଖରାର ପ୍ରଭାବରେ ହାତର ରଙ୍ଗ କମ ହେଲେ ଏହା ଆପଣଙ୍କ ସୁନ୍ଦରତା ଉପରେ ବହୁ ପ୍ରଭାବ ପକାଇଥାଏ। ବଜାରରେ ବହୁ ପ୍ରକାରର କେମିକାଲ ଯୁକ୍ତ କ୍ରିମ ମିଳିଥାଏ, ଯାହାକୁ ଲଗାଇବା ଦ୍ୱାରା ଏହା ଆମ ଚର୍ମ ଉପରେ ମଧ୍ୟ କୁପ୍ରଭାବ ପକାଇଥାଏ। ମାତ୍ର କିଛି ଘରୋଇ ସହଜ ଉପାୟ ରହିଛି, ଯାହାକୁ ଆପଣେଇବା ଦ୍ୱାରା ଆମେ ଏହି ସମସ୍ୟାରୁ ମୁକ୍ତି ପାଇପାରିବା। ଜାଣନ୍ତୁ ସେହି ଉପାୟ ବିଷୟରେ ….
୨ଚାମଚ ବେସନରେ ଏକ ଚାମଚ ଦହି ମିଶାଇ,ଏହାକୁ ହାତରେ ଲଗାଇ ୩୦ ମିନିଟ ରଖନ୍ତୁ। ନିର୍ଦ୍ଧାରିତ ସମୟ ପରେ ହାତକୁ ଧୋଇ ଦିଅନ୍ତୁ। ଏହାକୁ ନିୟମିତ ଲଗାଇବା ଦ୍ୱାରା ହାତ କୋମଳ ଓ ଗୋରା ହୋଇଥାଏ।
୨ ଚାମଚ ବଟରରେ ୧ ଚାମଚ ବାଦାମ ତେଲକୁ ଭଲ ଭାବେ ମିଶାଇ ଏହାକୁ ୨୦ ମିନିଟ ପର୍ଯ୍ୟନ୍ତ ହାତରେ ଲଗାଇ ରଖନ୍ତୁ। ୨୦ ମିନିଟ ପରେ ହାତକୁ ଧୋଇ ଦିଅନ୍ତୁ। ଏଥିରେ ଭିଟାମିନ ଇ ଥିବାରୁ ଏହା ହାତକୁ ନରମ, ସୁନ୍ଦର ଓ ଶୁଷ୍କତାକୁ ଦୂର କରିଥାଏ।
୧ ଚାମଚ ଚିନିରେ ଲେମ୍ବୁ ରସ ମିଶାଇ ଏହାକୁ ହାତରେ ଲଗାନ୍ତୁ। ଲଗାଇବା ସମୟରେ ହାତକୁ ଭଲ ଭାବେ ଘଷନ୍ତୁ। ଏହାକୁ ୧୫ମିନିଟ ଲଗାଇବା ପରେ ଧୋଇ ଦିଅନ୍ତୁ। ଏହା ହାତକୁ ଗୋରା କରିବା ସହ ସମସ୍ତ ପ୍ରକାରର ଦୂଷିତ ପଦାର୍ଥ ବାହାର କରି ଦେଇଥାଏ।
ସପ୍ତାହକୁ ୨ଥର ଗୋଲାପ ଜଳରେ ହାତ ପୋଛିବା ଦ୍ୱାରା ମଧ୍ୟ ହାତ କୋମଳ ଓ ଗୋରା ହୋଇଥାଏ।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories