www.samajalive.in
Sunday, December 7, 2025
15.1 C
Bhubaneswar

ତୃତୀୟ ଏବଂ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଦେଲେ୨୫୦ ଜଣ ପରୀକ୍ଷାର୍ଥୀ

ବେଗୁନିଆ : ବେଗୁନିଆ ବ୍ଲକ ଅନ୍ତର୍ଗତ ବେଗୁନିଆ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଏବଂ ଗଡମାଣତୀର ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ୨୫୦ ଜଣ ଛାତ୍ରଛାତ୍ରୀ ତୃତୀୟ ଏବଂ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଦେଇଛନ୍ତି । ବେଗୁନିଆ ବ୍ଲକରେ ଦୁଇଟି କେନ୍ଦ୍ରରେ ଅନୁଷ୍ଠିତ ବୃତ୍ତି ପରୀକ୍ଷାରେ ବେଗୁନିଆ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ୫ମ ଶ୍ରେଣୀରେ ୭୭ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ ୫ ଜଣ କୌଣସି କାରଣରୁ ଅନୁପସ୍ଥିତ ରହିଛନ୍ତି ।ସେହିପରି ୩ୟ ଶ୍ରେଣୀରେ ୬୩ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ ୪ ଜଣ ଅନୁପସ୍ଥିତ ରହିଛନ୍ତି । ଏହି କେନ୍ଦ୍ରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାସୁଦେବ ବେହେରା ସୁପରିଟେଣ୍ଡେଣ୍ଟଭାବେ କାର୍ୟ୍ୟ କରିଥିବାବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯୋଗେନ୍ଦ୍ରନାଥ ସାହୁ ପରୀକ୍ଷା କେନ୍ଦ୍ରର ସୁପରଭାଇଜର ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ସେହିପରି ଗଡମାଣତୀର କେନ୍ଦ୍ରରେ ୫ମ ଶ୍ରେଣୀରେ ୬୫ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ ୬ ଜଣ ଅନୁପସ୍ଥିତ ରହିଥିଲେ । ୩ୟ ଶ୍ରେଣୀରେ ୬୬ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା ପାଇଁ ଥିବାବେଳେ ୬୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ଏବଂ୬ ଜଣ ଅନୁପସ୍ଥିତ ରହିଥିଲେ । ଏହି କେନ୍ଦ୍ରରେ ସହକାରୀ ପ୍ରଧାନଶିକ୍ଷକ ବିନୋଦ ପଣ୍ଡା ସୁପରି ଟେଣ୍ଡେଣ୍ଟ ଥିବାବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପକୁମାର ମହାପାତ୍ର କେନ୍ଦ୍ର ସୁପରଭାଇଜରଭାବେ ରହି ଶାନ୍ତି ଶୃଙ୍ଖଳାରସହିତ ପରୀକ୍ଷା ଶେଷ କରିଥିଲେ । ଦୁଇଟି କେନ୍ଦ୍ରରେ ସମୁଦାୟ ୨୭୧ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାର ଜଣାପଡିଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories