www.samajalive.in
Monday, December 8, 2025
27.1 C
Bhubaneswar

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ଏବଂ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ପ୍ରସ୍ତୁତି ବୈଠକ କାର୍ଯ୍ୟକ୍ରମ

ବେଗୁନିଆ : ବେଗୁନିଆ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷାଳୟ ଗୃହରେ ଆଜି ଅପରାହ୍ନରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସହିତ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ପ୍ରସ୍ତୁତି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ପ୍ରତିମୂର୍ତିରେ ବିଧାୟକ ଏବଂ ଉପସ୍ଥିତ ଅତିଥି ମାନଙ୍କ ଦ୍ୱାରା ମାଲ୍ୟାର୍ପଣ କରାଯାଇଥିଲା । ପରେ ଶିଶୁ ମହୋତ୍ସବ ସୁରଭି -୨୦୨୧ କାର୍ଯ୍ୟକ୍ରମକୁ ବିଧାୟକଙ୍କ ସମେତ ଅତିଥିମାନେ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ । ଆଦର୍ଶ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଏବଂ ନୃତ୍ୟ ପରିବେଷଣ କରାଯାଇଥିଲା ।
ବେଗୁନିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଷ୍ଣୁ ପ୍ରସାଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭା କାର୍ୟ୍ୟରେ ବି ଆର ସି ସି ଅତିଥି ପରିଚୟ ଏବଂ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ମଞ୍ଚ ପରିଚାଳନା କରିଥିଲେ ଅଖିଳେଶ ମହାପାତ୍ର ଏବଂ ସନ୍ତୋଷକୁମାର ମହାପାତ୍ର।ପ୍ରାଥମିକ ,ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷାଦାନ କରୁଥିବା ୩ ଜଣ କୃତି ଶିକ୍ଷକ ଏବଂ ଶିକ୍ଷୟତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସୁରଭି କାର୍ୟ୍ୟକ୍ରମର ବିଭିନ୍ନ ପ୍ରତିଯୋଗିତା ଚିତ୍ରାଙ୍କନ ,ନୃତ୍ୟ ,କଣ୍ଠ ସଙ୍ଗୀତ ,ବିତର୍କ ଓ ପ୍ରବନ୍ଧ ଲିଖନରେ ପ୍ରଥମ ,ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥୀଙ୍କ ସହିତ ଅତିଥି ମାନେ ପୁରସ୍କୃତ କରିଥିଲେ ।ପରେ ପରେ ଜୀବନବିନ୍ଦୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ପ୍ରସ୍ତୁୁତି ବୈଠକ ଅନୁଷ୍ଠିତ ହୋଇଥିଲା ।ଏହି କାର୍ୟ୍ୟକ୍ରମରେ ବ୍ଲକ ର ସମସ୍ତ ପ୍ରାଥମିକ ,ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସହିତ ସମସ୍ତ ସରକାରୀ କାର୍ୟ୍ୟାଳୟର କର୍ମଚାରୀ ମାନେ ଯୋଗ ଦେଇଥିଲେ । ଏହି ଦୁଇଟି କାର୍ୟ୍ୟକ୍ରମରେ ବିଧାୟକ ରାଜେନ୍ଦ୍ରକୁମାର ସାହୁ ,ମୁଖ୍ୟ ଅତିଥି ,ବି ଡି ଓ ଲଷ୍ମୀଧର ସାହୁ ,ତହସିଲଦାର ପୃଥ୍ୱୀରାଜ ମଣ୍ଡଳ ,ବେଗୁନିଆ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲ୍ଲୀପକୁମାର ମିଶ୍ର ,ବି ଇ ଓ ବିଷ୍ଣୁପ୍ରସାଦ ମିଶ୍ର ,ବି ଆର ସି ସି ଦିଲ୍ଲୀପକୁମାର ମହାପାତ୍ର, ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ଦଳବେହେରା ଏବଂ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାସୁଦେବ ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ଜିଲ୍ଲାପରିଷଦ ସଭ୍ୟ ଅର୍ଜୁନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories