www.samajalive.in
Monday, December 8, 2025
20.1 C
Bhubaneswar

ଫୁଟବଲ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବେଗୁନିଆ: ବେଗୁନିଆ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ପରିସରରେ ୧୭ ମହିଳା ୱାର୍ଲଡ଼ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ବ୍ଲକରେ ଥିବା ବିଭିନ୍ନ ଉଚ୍ଚ ବିଦ୍ୟାଳୟକୁ ଫୁଟବଲ ବଣ୍ଟନ କରାଯାଇଥିଲା। ସ୍ମାର୍ଟ ସ୍କୁଲକୁ ୫ଟି ଲେଖାଏଁ ଏବଂ ଅନ୍ୟ ଉଚ୍ଚ ବିଦ୍ୟାଳୟକୁ ୩ଟି ଲେଖାଏଁ ସମୁଦାୟ ୩୧ଟି ଉଚ୍ଚ ବିଦ୍ୟାଳୟକୁ ୧୩୭ଟି ଫୁଟବଲ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବେଗୁନିଆ ଅତିରିକ୍ତ ତହସିଲଦାର ସୁଶ୍ରୀ ମମତା ଦାସ ମୁଖ୍ୟ ଅତିଥି ଏବଂ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାସୁଦେବ ବେହେରା, ଏବିଇଓ ଦାଶରଥି ପ୍ରଧାନ, ସୁରେଶ ଚନ୍ଦ୍ର ସେଠୀ ଏବଂ ଅବସରପ୍ରାପ୍ତ ବିଆରସିସି ଦିଲ୍ଲୀପ କୁମାର ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବ୍ଲକର ୩୧ଟି ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ, ସିଆରସିସି ତଥା ବିଦ୍ୟାଳୟର ପ୍ରଧାନଶିକ୍ଷକ ମାନେ ମଧ୍ୟ ଯୋଗ ଦେଇଥିଲେ। ଉପସ୍ଥିତ ଅତିଥିମାନେ ସମସ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ କ୍ରୀଡା ଶିକ୍ଷକଙ୍କୁ ଫୁଟବଲ ବଣ୍ଟନ କରିଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories