www.samajalive.in
Sunday, December 14, 2025
17.1 C
Bhubaneswar

ବାଇକ ଦୁର୍ଘଟଣାରେ ଜଣେ ମୃତ, ୨ଜଣ ଆହତ

ବେଗୁନିଆ: ବାଘମାରୀ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବାଘମାରୀ ଏବଂ ସାରୁଅ ମଝିରେ ଗତକାଲି ରାତିରେ ଦୁଇଟି ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବା ଯୋଗୁଁ ଘଟଣାସ୍ଥଳରେ ଜଣେ ମୃତ୍ୟୁ ବରଣ କରିଥିବାବେଳେ ବାଇକ ଦୁଇଟିର ଚାଳକ ଗୁରୁତର ଭାବେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଇଟାମାଟିର ରାମ ପ୍ରଧାନ ଏବଂ ଟୁନା ବାରିକ ଏକ ବୁଲେଟରେ ନିଜ ଗ୍ରାମ ଅଭିମୁଖେ ଯାଉଥିବାବେଳେ ସମ୍ବଲପୁରର ଅଜୟ ପ୍ରଧାନ ଏକ ପଲସର ବାଇକରେ ଖୋର୍ଦ୍ଧା ଅଭିମୁଖେ ଯାଉଥିଲେ। ଉଭୟ ବାଇକ ଦ୍ରୁତ ଗତିରେ ଯାଉଥିବାବେଳେ ବାଘମାରୀ ଏବଂ ସାରୁଅ ମଝିରେ ଦୁର୍ଘଟଣା ଘଟିଥିଲା। ଫଳରେ ୩ ଜଣ ଯାକ ଫୋପାଡ଼ି ହୋଇ ତଳେ ପଡ଼ିଥିଲେ। ବୁଲେଟରେ ଯାଉଥିବା ଟୁନା ବାରିକ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ବାଇକ ଦୁଇଟିର ଚାଳକ ଗୁରୁତରଭାବେ ଆହତ ହୋଇଥିଲେ।

 

- Advertisement -

ଖବର ପାଇ ବାଘମାରୀ ଥାନା ଏସଆଇ ବ୍ରହ୍ମାନନ୍ଦ ସ୍ୱାଇଁ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କୁ ଖୋର୍ଦ୍ଧା ଡାକ୍ତରଖାନାକୁ ପଠାଇଥିଲେ। ଡାକ୍ତର ସେଠାରେ ଟୁନା ବାରିକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ବାଇକ ଦୁଇଟି ଜବତ କରି ଥାନାକୁ ଆଣିଥିବାବେଳେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories