www.samajalive.in
Saturday, December 6, 2025
23.1 C
Bhubaneswar

କଦଳୀ ପତ୍ରରେ ଖାଇଲେ ମିଳିଥାଏ ଅନେକ ଲାଭ

ସାଧାରଣତଃ କଦଳୀ ଗଛକୁ ଶୁଭର ପ୍ରତୀକ ବୋଲି କୁହାଯାଏ। ପ୍ରାୟତଃ ପୂଜା ପର୍ବ କିମ୍ବା ଭୋଜି ଆଦିରେ ଆମେ କଦଳୀ ପତ୍ରରେ ଖାଇଥାଉ। ହେଲେ କ’ଣ ଆପଣ ଜାଣନ୍ତି, କଦଳୀ ପତ୍ରରେ ଖାଇବା ଦ୍ୱାରା ମିଳୁଥିବା ଲାଭ ବିଷୟରେ? କଦଳୀ ପତ୍ରରେ ଖାଦ୍ୟ ଖାଇବା ଦ୍ୱାରା ଅନେକ ସ୍ୱାସ୍ଥ୍ୟଗତ ଲାଭ ମିଳିଥାଏ। ଆସନ୍ତୁ ଜାଣିବା ସେ ବିଷୟରେ –

– ଖାଦ୍ୟ ଗରମ ଥିବା ସମୟରେ ଏହାକୁ କଦଳୀ ପତ୍ରରେ ଖାଇବା ଦ୍ୱାରା ଏହି ପତ୍ରରେ ଥିବା ପୋଷକ ତତ୍ତ୍ୱ ଖାଦ୍ୟକୁ ଆସିଥାଏ। ଯାହା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ ଅଟେ।

- Advertisement -

– ମାନସିକ ଶାନ୍ତି ମିଳିଥାଏ। ଖାଦ୍ୟ ଖାଇବା ମାତ୍ରେ ଏକ ଭିନ୍ନ ଆତ୍ମସନ୍ତୋଷ ଲାଭ ହୋଇଥାଏ।

– ଭଗବାନଙ୍କ ନିକଟରେ ଏହି ପତ୍ରରେ ଭୋଗ ଲଗାଯାଉଥିବାରୁ ଏଥିରେ ଖାଇବା ଦ୍ୱାରା ଧାର୍ମିକ ଭାବନା ସୃଷ୍ଟି ହୋଇଥାଏ। ଖାଦ୍ୟ ଅଧିକ ସ୍ୱାଦିଷ୍ଟ ଲାଗିଥାଏ।

– କଦଳୀ ପତ୍ରରେ ବହୁ ପ୍ରକାର ଆଣ୍ଟି-ଅକ୍ସିଡ଼ାଣ୍ଟ ରହିଛି। ଯାହା ବହୁ ପତ୍ର ବିଶିଷ୍ଟ ଶାଗରୁ ମିଳିଥାଏ। ତେଣୁ ଏହି ପତ୍ରରେ ଖାଦ୍ୟ ଖାଇବା ଦ୍ୱାରା ଆମକୁ ବିଭିନ୍ନ ଆଣ୍ଟି-ଅକ୍ସିଡ଼ାଣ୍ଟ ମିଳିଥାଏ। ଯାହା ଆମ ତ୍ୱଚା ପାଇଁ ଖୁବ ଲାଭଦାୟକ।

– ଏଥିରେ ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ଯଥା କୋଷ୍ଠକାଠିନ୍ୟ, ଏସିଡ଼ିଟି, ବଦହଜମି ଆଦି ଦୂର ହୋଇଥାଏ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories