ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁ ସହରରେ ଲଗାଣ ବର୍ଷା ଜାରି ରହିଛି। ସୋମବାର ବର୍ଷା ବିତ୍ପାତ ଯୋଗୁଁ ସାଧାରଣ ଜୀବନ ଯାତ୍ରା ବ୍ୟାପକ ମାତ୍ରାରେ ପ୍ରଭାବିତ ହୋଇଛି। ବିଳମ୍ବିତ ରାତିରୁ ଆରମ୍ଭ ହୋଇଥିବା ବର୍ଷା ରେ ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାବେଳେ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ରାତିରୁ ସକାଳ ମଧ୍ୟରେ ୧୦୦ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା , ଝଡ ତୋଫାନ ଯୋଗୁଁ ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଗାମୀ ଦୁଇ ଦିନ ବେଙ୍ଗାଲୁରୁ ଏବଂ ଏହାର ଆଖାପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।
Popular Categories



