www.samajalive.in
Sunday, December 14, 2025
26.1 C
Bhubaneswar

ବ୍ରହ୍ମପୁର ବସରେ ବିଦ୍ୟୁତ ତାର ଲାଗି ଯାତ୍ରୀ ମୃତାହତ ଘଟଣାରେ ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର :  ଗଞ୍ଜାମ ଜିଲା  ଗୋଳନ୍ଥରାର ମେଣ୍ଡରାଜପୁ ଠାରେ ବସ ୧୧ କେଭି ବିଦ୍ୟୁତ ଲାଇନ ସଂସ୍ପର୍ଶରେ ଆସି ଯାତ୍ରୀ ମୃତାହତ ଖବର ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଘଟଣାରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ନେଇ ଶ୍ରୀ ପ୍ରଧାନ ଟ୍ବିଟ କରି କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ବିଟ କରି କହିଛନ୍ତି ଯେ ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଳନ୍ଥାରର ମେଣ୍ଡରାଜପୁର ଠାରେ ୧୧ କେଭି ବିଦ୍ୟୁତ ଲାଇନ ସଂସ୍ପର୍ଶରେ ଆସି ବସରେ ନିଆଁ ଲାଗିବା କାରଣରୁ ଅନେକ ଯାତ୍ରୀ ମୃତାହତ ହେବା ଖବର ଶୁଣି ଦୁଃଖିତ। ସ୍ଥାନୀୟ ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ଆହତଙ୍କୁ ଉତ୍ତମମାନର ଚିକିତ୍ସା ଯୋଗାଇଦେବେ ବୋଲି ଆଶା।

- Advertisement -

ଶ୍ରୀ ପ୍ରଧାନ ଆହୁରି ଉଲ୍ଲେଖ କରିଛନ୍ତି ଯେ,  କେଉଁ କାରଣରୁ ଏପରି ଦୁର୍ଭାଗ୍ୟଜନକ ଘଟଣା ଘଟିଲା ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଭବିଷ୍ୟତରେ ଯେପରି ଏହିପରି ଘଟଣା ନ ଘଟେ ସେଥିପାଇଁ ସଜାଗ ରହିବା ଜରୁରୀ।

ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରର ପ୍ରତି  ସମବେଦନା ଜଣାଇଛନ୍ତି। ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ମୃତକଙ୍କ ପରିବାରକୁ ଧୈର୍ଯ୍ୟ ପ୍ରଦାନ କରନ୍ତୁ, ଏହା ମୋର ପ୍ରାର୍ଥନା ବୋଲି ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories