www.samajalive.in
Tuesday, December 9, 2025
17.1 C
Bhubaneswar

ବ୍ରହ୍ମପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରର ପ୍ରସୂତୀ କକ୍ଷ ଏବଂ ଔଷଧ ଭଣ୍ଡାର ଉଦଘାଟିତ

ଗୁରୁଡିଝାଟିଆ : ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ନୂତନ ଭାବେ ନିର୍ମିତ ପ୍ରସୂତି କକ୍ଷ, ଔଷଧ ଭଣ୍ଡାର ପ୍ରକୋଷ୍ଠକୁ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉଦଘାଟନ କରି କହିଥିଲେ ଏହା ଆମ ଅଞ୍ଚଳର ମାଆମାନଙ୍କ ପାଇଁ ଅଶେଷ କଲ୍ୟାଣରେ ନିୟୋଜିତ ହେବ। ଆଠଗଡ ବ୍ଲକର ଏକମାତ୍ର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ବ୍ରହ୍ମପୁର ଉତ୍ତମ ସ୍ୱାସ୍ଥ୍ୟସେବା ରୋଗୀମାନଙ୍କୁ ଯୋଗାଇ ଦେବା ସହ ଆଗାମୀ ଦିନରେ ଅଧିକ ଚିକିତ୍ସା ସମ୍ବନ୍ଧୀୟ ଉପକରଣ ଏଠାରେ ଉପଲବ୍ଧ ହେବ ବୋଲି କହିଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ରଞ୍ଜନରଶ୍ମୀର ନୂତନ ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରିବା ସହିତ ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରର ଉନ୍ନତିକରଣ ପାଇଁ ୧ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଥିଲେ । ବ୍ରହ୍ମପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ଅଧିକ୍ଷକ ଡାକ୍ତର ଦିଲ୍ଲିପ ଦାସଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଆଠଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ବଳଭଦ୍ର ବାଘ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ରଞ୍ଜନ କୁମାର ଆଚାର୍ଯ୍ୟ, ସ୍ଥାନୀୟ ସରପଞ୍ଚ ଶକ୍ତିକାନ୍ତ ସାହୁ, ଧୁରୁଷିଆ ସରପଞ୍ଚଙ୍କ ପ୍ରତିନିଧି ମଙ୍ଗୁଳି ଚରଣ ପାଣି, ଓøଷଧ କେନ୍ଦ୍ରର ମୁଖ୍ୟ ଫାର୍ମାର୍ଷିଷ୍ଟ ଦେବୀ ପ୍ରସନ୍ନ ନନ୍ଦ, ହୃଦାନନ୍ଦ ସାମଲ, ଶ୍ରୀକର ଜେନା ଙ୍କ ସହିତ ନିର୍ବାଚିତ ପ୍ରତିନିଧି ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ। ଉଲ୍ଲେଖଯୋଗ୍ୟ ଅଧୁନା ବ୍ରହ୍ମପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଅଲ୍ଟ୍ରାସାଉଣ୍ଡ ଓ ଏକ୍ସରେ ସୁବିଧା ଉବଲବ୍ଧ ହେବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories