www.samajalive.in
Saturday, December 6, 2025
26.1 C
Bhubaneswar

ଦଣ୍ଡ ନାଚ ବେଳେ ଯୁବକଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ

ବ୍ରହ୍ମପୁର: ଦଣ୍ଡ ନାଚ ବେଳେ ଯୁବକଙ୍କୁ ହତ୍ୟା। ବ୍ରହ୍ମପୁର ବଡବଜାର ଥାନା ଜେନା ସାହିରେ ଏଭଳି ଅଘଟଣ ଦେଖିବାକୁ ମିଳିଛି। ଦଣ୍ଡ ନାଚ ଚାଲିଥିବାବେଳେ କମିଟି ସଦସ୍ୟ ଜଗଦୀଶ ପାଣିଗ୍ରାହୀଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। କମିଟି ମୁଖିଆ ନିଜ ପୁଅ ସହ ମିଶି ହତ୍ୟା କରିଥିବା ଅଭିଯୋଗ ହୋଇଛି। କୌଣସି କଥାକୁ ନେଇ ବଚସାରୁ କମିଟି ସଦସ୍ୟଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବାପା-ପୁଅଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories