www.samajalive.in
Monday, December 8, 2025
27.1 C
Bhubaneswar

ବାଇକକୁ ଧକ୍କା ଦେଲା ସାର ବୋଝେଇ ଟ୍ରକ୍: ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଚିକିଟିପେଣ୍ଠ ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକକୁ ସାର ବୋଝେଇ ଟ୍ରକ୍ ଧକ୍କା ଦେଇଛି। ଫଳରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ଵାମୀ ଗୁରୁତର ହୋଇଛନ୍ତି। ମୃତକ ପଦ୍ମା ସେଠୀ ବୋଲି ଜଣାପଡିଛି। ପଦ୍ମା ଜଣେ ଅଙ୍ଗନଓ୍ବାଡି କର୍ମୀ ଭାବରେ କାମ କରୁଥିଲେ। ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜାକରା ଗାଁରୁ ସ୍ୱାମୀ-ସ୍ତ୍ରୀ ଠାକୁର ଦର୍ଶନ ପାଇଁ ଏକ ବାଇକ୍ ଯୋଗେ ଚିକିଟି ଗଢ଼ର ଅକ୍ରୁର ନାଥ ମନ୍ଦିରକୁ ଯାଉଥିଲେ। ଏତିକି ବେଳେ ବିପରିତ ଦିଗରୁ ଏକ ସାର ବୋଝେଇ ଟ୍ରକ ଦ୍ରୁତ ଗତିରେ ଆସୁଥିଲା। ଟ୍ରକଟି ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପଦ୍ମାଙ୍କର ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ଵାମୀ ପ୍ରଦୀପ ସେଠୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories