www.samajalive.in
Tuesday, December 9, 2025
26.1 C
Bhubaneswar

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ: ଗ୍ୟାଷ୍ଟ୍ରୋଇଣ୍ଟେରୋଲୋଜି ବିଭାଗ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୧୯ଟି ପଦବୀ ମଞ୍ଜୁର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ଣପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗ୍ୟାଷ୍ଟ୍ରୋଇଣ୍ଟେରୋଲୋଜି ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ ଓ ମେଡ଼ିକାଲ୍‌ ଗ୍ୟାଷ୍ଟ୍ରୋଇଣ୍ଟେରୋଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏମ୍‌କେଜିସି ମେଡିକାଲ କଲେଜରେ ଉପରୋକ୍ତ ଦୁଇ ସୁପର ସ୍ପେସିଆଲିଟି ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବର୍ତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ ସୁପରସ୍ପେଶିଆଲିଟି ଚିକିତ୍ସା ସୁବିଧା ଉପଲବ୍‌ଧ ହେବା ଦ୍ବାରା ଦକ୍ଷିଣ ଓଡିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି। ଏମ୍‌କେସିଜି ମେଡିକାଲ କଲେଜ, ବ୍ରହ୍ମପୁର ରାଜ୍ୟର ବିଶେଷକରି ଦକ୍ଷିଣ ଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ। ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ବର୍ତ୍ତମାନ ଏହି ସୁପର ସ୍ପେଶିଆଲିଟି ବିଭାଗ ଖୋଲିବା ଦ୍ବାରା ଜନସାଧାରଣଙ୍କ ଅସୁବିଧା ଦୂର ହେବ ବୋଲି କୁହାଯାଇଛି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories