www.samajalive.in
Sunday, December 7, 2025
14.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ନୂଆ-ଓ  ଓଡ଼ିଆ ଭାଷା ପ୍ରତିଯୋଗିତା

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ରେ ଓଡ଼ିଶା ସରକାରଙ୍କ ନୂଆ – ଓ ର ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଦକ୍ଷିଣ ଓଡ଼ିଶା ଇତିହାସ  ଏବଂ ଭାଷା ଅନ୍ତର୍ଗତ ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ପରିଷଦ କକ୍ଷରେ ଉଦଘIଟିତ ହୋଇଥିଲା । ଉଭୟ ଓଡ଼ିଆ , ଇତିହାସ ଏବଂ ଭାଷା ବିଜ୍ଞାନର ମିଳିତ ଆନୁକୁଲ୍ୟରେ ହୋଇଥିବା ଏହି କାର୍ଯ୍ୟକ୍ରମକୁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ଉଦଘାଟନ କରିବା ସହ ରାଜ୍ୟ ସରକାରଙ୍କ ପ୍ରଚେଷ୍ଟାରେ ଅନୁଷ୍ଠିତ ହେଉଥିବା ଏହି ପ୍ରତିଯୋଗିତାରେ ସମସ୍ତ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରି ସେମାନଙ୍କ ଅନ୍ତର୍ନିହିତ ଗୁଣର ପରିଚୟ ସୃଷ୍ଟି କରିବା ପାଇଁ ଆହ୍ବାନ ଏବଂ ପ୍ରେରଣା ଦେଇଥିଲେ । ସେହିପରି ଭାବେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳସଚିବ ସଚ୍ଚିଦାନନ୍ଦ ନାୟକ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଓଡ଼ିଶା ସରକାରଙ୍କ ଏଭଳି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଆଗାମୀ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ଉନ୍ମୋଚନ କରିବା ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟତମ ଅତିଥି ଭାବେ ସ୍ନାତକୋତ୍ତର ପରିଷଦର ଅଧକ୍ଷ ପ୍ରଫେସର ସୁଶାନ୍ତ କୁମାର ବରାଳ ଯୋଗ ଦେଇ ଓଡ଼ିଆ ଭାଷା ସଂସ୍କୃତି ଏବଂ ତାର ପ୍ରଚାର ପ୍ରସାର କ୍ଷେତ୍ରରେ ସରକାରଙ୍କ ପଦକ୍ଷେପକୁ ସ୍ଵାଗତ କରିଥିଲେ। କାର୍ଯ୍ୟକ୍ରମକୁ ନୋଡାଲ ଅଫିସର ସଦାନନ୍ଦ ନାୟକ ପରିଚାଳନା କରିଥିବା ବେଳେ ଦେବୀପ୍ରସାଦ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସମୀର ଭୋଇ, ଶଙ୍କର୍ଷଣ ମଲ୍ଲିକ ,  ରମାକାନ୍ତ ଭୂୟାଁ , ମେଣ୍ଡମ୍ ବାପୁଜୀ,  ବବିତା ସାରାଙ୍ଗଥେମ୍,  ଅନୁପ କୁଜୁର୍, ଜିତେନ୍ଦ୍ର ମହାନ୍ତିଙ୍କ ସମେତ ବହୁ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories