www.samajalive.in
Sunday, December 14, 2025
26.1 C
Bhubaneswar

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା, ପୂର୍ବତନ କିରାଣିଙ୍କୁ ୨ ବର୍ଷ ଜେଲ୍‌

ବ୍ରହ୍ମପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ପୂର୍ବତନ କିରାଣିଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଜଣକ ହେଲେ ୨୦୦୩ରେ ଗଞ୍ଜାମ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) କାର୍ଯ୍ୟାଳୟରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ବ୍ରହ୍ମପୁର ଅଳକାପୁରୀ ବାସିନ୍ଦା ମନୋରଞ୍ଜନ ମିଶ୍ର। ଜେଲ ଦଣ୍ଡ ସହ ୨୦ ହଜାର ଟଙ୍କା ଜୋରିମାନା ଦେବାକୁ ଜଜ୍‌ ନିର୍ଦେଶ ଦେଇଛନ୍ତି। ୨୦୦୩ ଜୁନ ୩୦ରେ ଶ୍ରୀ ମିଶ୍ର କାର୍ଯ୍ୟାଳୟରେ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ।

କିରାଣିଙ୍କ କାର୍ଯ୍ୟାଳୟ ସମେତ ବାସଭବନରେ ଚଢଉ କରାଯାଇ ତାଙ୍କ ନିକଟରୁ ୧୦ ଲକ୍ଷ ୪୬ ହଜାର ୪୮୮ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଥିଲା।  ମାମଲାର ବିଚାର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଚାଲୁଥିଲା। ଭିଜିଲାନ୍ସ ଜଜ ଡ. ଅରୁଣ କୁମାର ସାହୁ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ। ମନୋରଞ୍ଜନଙ୍କ ପେନସନ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କୁ ଭିଜିଲାନ୍ସ ପକ୍ଷରୁ ସୁପାରିସ କରାଯିବ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories