www.samajalive.in
Monday, December 8, 2025
20.1 C
Bhubaneswar

ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ, ପଥର ଛେଚି ଯୁବକଙ୍କୁ ହତ୍ୟା ଉଦ୍ୟମ

ବ୍ରହ୍ମପୁର: ବଡ଼ ବଜାର ଥାନା ଅନ୍ତର୍ଗତ ପାଣିଗ୍ରାହୀ‌ପେଣ୍ଠ ସାହିରେ ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ ହୋଇଛି। ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କ ମୁଣ୍ଡରେ ପଥର ଛେଚି ଦେବାରୁ ସେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ଫକିର ଗୌଡ଼ ନାମକ ଯୁବକଙ୍କୁ ଉଦ୍ଧାର କରି ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଫକିର ନାମରେ ଅପରାଧ ମାମଲା ରହିଥିବା ବେଳେ ସେ ଗତବର୍ଷ ଜେଲ୍‌ ଯାଇଥିଲେ ବୋଲି ବଡ଼ ବଜାର ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ଆଜି ସଂଧ୍ୟାରେ ପାଣିଗ୍ରାହୀପେଣ୍ଠ ସାହି ଦଣ୍ଡକାଳୀ ମନ୍ଦିର ନିକଟରେ ଜଣେ ଯୁବକଙ୍କ ସହିତ ତାଙ୍କର ଗଣ୍ଡଗୋଳ ହୋଇଥିଲା। ଏଥିରେ ସମ୍ପୃକ୍ତ ଯୁବକ ଜଣକ ଫକିରଙ୍କ ମୁଣ୍ଡକୁ ପଥରେ ଛେଚି ଦେଇଥିଲେ। ଫକିରଙ୍କ ମୁଣ୍ଡ ଫାଟି ଯାଇଥିବା ବେଳେ ବର୍ତ୍ତମାନ ସେ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories