www.samajalive.in
Sunday, December 7, 2025
23.1 C
Bhubaneswar

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ନିର୍ମାଣ(ବୈଦ୍ୟୁତିକ) ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି । ଯନ୍ତ୍ରୀଙ୍କ ବ୍ରହ୍ମପୁର ଆମ୍ବପୁଅ ସ୍ଥିତ କାର୍ଯ୍ୟାଳୟ ସମେତ, ବ୍ରହ୍ମପୁର ଗଜପତି ନଗର ୮ମ ଲାଇନ ସ୍ଥିତ ୪ ମହଲା କୋଠା, ୧୧ ଲାଇନ ସ୍ଥିତ ୫ ମହଲା କୋଠା, ଭୁବନେଶ୍ୱର ଏମସ ନଗର ୩ୟ ଲାଇନ ସ୍ଥିତ ୪ ମହଲା କୋଠା, ଛତ୍ରପୁର ପୁତବଗଡ଼ ସ୍ଥିତ ପୈତୃକ ବାସଭବନରେ ଏକକାଳୀନ ଚଢଉ ଜାରି ରହିଛି । ଏହି ଚଢ଼ାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସ୍ପି, ୪ ଡିଏସପି, ୧୦ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ଯନ୍ତ୍ରୀଙ୍କ ଘରୁ ନଗଦ ଘରୁ ନଗଦ ୧୬.୭୦ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ଚଢାଉ ଜାରି ରହିଛି।  ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories