www.samajalive.in
Saturday, December 6, 2025
26.1 C
Bhubaneswar

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ

ଗୋପାଳପୁର : ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଛାତ୍ରଵାସରେ ପ୍ରଥମ ବର୍ଷର କିଛି ଛାତ୍ରଙ୍କୁ ଦ୍ବିତୀୟ ବର୍ଷର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି।  ରବିବାର ସନ୍ଧ୍ୟାରେ ହଷ୍ଟେଲ ଅଧୀକ୍ଷକ ଛାତ୍ରାବାସରେ ତଦନ୍ତ କରୁଥିବା ଜଣାପଡିଛି।  ବିଶ୍ବବିଦ୍ୟାଳୟର ନୂତନ ଛାତ୍ରାବାସ ତଥା ହଷ୍ଟେଲ ନଂ-୫ରେ ୨୦୨୪ ଶିକ୍ଷାବର୍ଷ ପ୍ରଥମ ବର୍ଷର ଛାତ୍ରମାନେ ରହୁଥିବା ବେଳେ ଶନିବାର ରାତିରେ ଦ୍ୱିତୀୟ ବର୍ଷର କିଛି ଛାତ୍ର ସେଠାକୁ ଯାଇ ଛାତ୍ରଙ୍କୁ କିଛି ପଚରାଉଚରା କରିଥିଲେ।  ଯାହାକୁନେଇ ପ୍ରଥମ ବର୍ଷର ଛାତ୍ରମାନେ ଭୟଭୀତ ହୋଇଯାଇଥିଲେ। ଏହାପରେ ସେମାନଙ୍କୁ ରାଗିଂ ହୋଇଥିବା ନେଇ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହଷ୍ଟେଲ ୱାର୍ଡେନ ପ୍ରଫେସର ସୁଧାକର ପାତ୍ରଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ତାଙ୍କ ସହ ଯୋଗାଯୋଗ ସମ୍ଭବ ହୋଇ ପାରିନାହିଁ ା ତେଣୁ ରାଗିଂ ଘଟଣାର ପ୍ରକୃତ ସତ୍ୟାସତ୍ୟ ଜଣାପଡିନାହିଁ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories