www.samajalive.in
Tuesday, November 18, 2025
27.1 C
Bhubaneswar

ବିଶ୍ଵବିଦ୍ୟାଳୟର ଏମ ବି ଏ ବିଭାଗରେ ନିଯୁକ୍ତି ମେଳା

ଗୋପାଳପୁର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ଏମ ବି ଏ ବିଭାଗରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ନିଯୁକ୍ତି ଅଧିକାରୀ ଡ଼. ସୁମନ କଲ୍ୟାଣ ଚୌଧୁରୀଙ୍କ ପ୍ରଚେଷ୍ଟାରେ ଏମ ବି ଏ ବିଭାଗରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା । ଏଥିରେ ଭୁବନେଶ୍ୱର ସ୍ଥିତ ଷ୍ଟାର ୟୁନିୟନ ଡାଇଚି ଜୀବନ ବୀମା କମ୍ପାନୀର ମାନବ ସମ୍ଭଳ ମୁଖ୍ୟ ଆଶିଷ କୁମାର ପଣ୍ଡା, ଭୁବନେଶ୍ୱର ସ୍ଥିତ ୟୁନିୟନ ବ୍ୟାଙ୍କର ଆଞ୍ଚଳିକ ମୁଖ୍ୟ ଚିରନ୍ତନ ପାତ୍ର, ବ୍ରହ୍ମପୁର ଶାଖାର ଆଞ୍ଚଳିକ ମୁଖ୍ୟ ମିଟୁ ପାଢ଼ୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଦୁଇଟି ପ୍ରଯ୍ୟାୟରେ ସାକ୍ଷାତ କରିଥିଲେ । ଏଥିରେ ବିଭାଗର ୨୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣ ଛାତ୍ର ଛାତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିବା ନିଯୁକ୍ତି ଅଧିକାରୀ ଡ଼.ସୁମନ କଲ୍ୟାଣ ଚୌଧୁରୀ ସୂଚନା ଦେଇଛନ୍ତି ।

Hot this week

ଏକ୍ସ ଓ ଚାଟ୍‌ଜିପିଟି ସର୍ଭର ଡାଉନ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବଂ ଚାଟ୍ ଜିପିଟି ସର୍ଭର...

ବିମାନ ୩ ଘଣ୍ଟା ବିଳମ୍ବ, ପୁଣେ ବିମାନବନ୍ଦରରେ ତିକ୍ତତା

ପୁଣେ, ୧୮ା୧୧: ପୁଣେ ବିମାନବନ୍ଦରରେ ମଙ୍ଗଳବାର ଇଣ୍ଡିଗୋର ପୁଣେ-ଦିଲ୍ଲୀ ବିମାନ(୬ଇ ୬୭୬୩)...

ମୃତଦେହ ଝୁଣି ଖାଉଛି କୁକୁର

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ...

ଗୁରୁବାର ଶପଥ ନେବେ ନୀତିଶ

ସମାଜ ଲାଇଭ ଡ଼େସ୍କ : ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ...

୫୦ କୋଟିରେ ତିଆରି ହେଲା ମୁଖ୍ୟାଳୟ, ବୈଠକ ଗୃହ କରିବାକୁ ଭୁଲିଗଲେ

ସମାଜଲାଇଭ ଡେସ୍କ: ୫୦ କୋଟି ଖର୍ଚ୍ଚ କରି ମୁଖ୍ୟାଳୟ ତିଆରି କଲେ।...

Related Articles

Popular Categories